‘ଚାଷୀଙ୍କୁ ତୁରନ୍ତ କେନ୍ଦ୍ର ସରକାର ଟଙ୍କା ପ୍ରଦାନ କରନ୍ତୁ’

ଭୁବନେଶ୍ବର, ୧୪ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫବିଓ୍ବାଇ)କୁ ନେଇ ଭାଜପାକୁ ଟାର୍ଗେଟ କରିଛି ବିଜେଡି। ଚାଷୀଙ୍କୁ ଫସଲବୀମା ତୁରନ୍ତ କେନ୍ଦ୍ର ସରକାର ପ୍ରଦାନ କରନ୍ତୁ ବୋଲି ଶାସକ ଦଳ ପକ୍ଷରୁ ଦାବି କରାଯାଇଛି। ବିଜେଡି ବିଧାୟକ ଦେବେଶ ଆଚାର୍ଯ୍ୟ କହିଛନ୍ତି, ଏହି ଯୋଜନାଟି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭାବେ ନାମିତ ହୋଇଛି। ତେଣୁ ଫସଲ ବୀମା ଅର୍ଥ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବାକୁ ପଡ଼ିବ। ଯେହେତୁ କେନ୍ଦ୍ର ସରକାର ଓଡ଼ିଶାକୁ ଫସଲ ବୀମା ଦେୟ ପ୍ରଦାନ କରିବାର ଅଛି, ତେଣୁ ପଶ୍ଚିମ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀଙ୍କୁ ସେମାନଙ୍କ ଫସଲ ବୀମା ଅର୍ଥ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶାର ସମବାୟ ମନ୍ତ୍ରୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ନିୟମିତ ଉଦ୍ୟମ ଏବଂ ସମନ୍ବୟ ରକ୍ଷା କରିଆସୁଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଚିଠି ଲେଖି ଓଡ଼ିଶା ଚାଷୀଙ୍କର ପଡି ରହିଥିବା ଫସଲ ବୀମା ଦେୟ ପ୍ରଦାନ ଲାଗି କହିଛନ୍ତି। ଓଡ଼ିଶାର ସମବାୟ ମନ୍ତ୍ରୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଭେଟି ଫସଲ ବୀମା ଅର୍ଥ ମଞ୍ଜୁର କରିବାକୁ ଅନୁରୋଧ କରିଛନ୍ତି, ଯାହାଦ୍ୱାରା ଓଡ଼ିଶାର କୃଷକମାନେ ସେମାନଙ୍କ ଫସଲ ବୀମା ଦେୟ ପାଇପାରିବେ। ତେବେ ଆଶ୍ଚର୍ଯ୍ୟଜନକ ଏବଂ ଦୁର୍ଭାଗ୍ୟଜନକର କଥା ହେଉଛି ଭାଜପା ଓଡ଼ିଶାର ଚାଷୀଙ୍କୁ ବିଭ୍ରାନ୍ତ କରୁଛି। ଫସଲ ବୀମା ଦେୟ ପ୍ରଦାନ ନ କରିବାର ଦୋଷକୁ ରାଜ୍ୟ ମୁଣ୍ଡରେ ଲଦୁଛି। କୃଷକଙ୍କୁ ବିଭ୍ରାନ୍ତ କରିବା ଏବଂ ମିଥ୍ୟା ବିବୃତି ଦେବା ପରିବର୍ତ୍ତେ ଫସଲ ବୀମା ଦେବାର ବିଫଳତାକୁ ଭାଜପା ଗ୍ରହଣ କରିବା ଉଚିତ। ଓଡ଼ିଶା ଚାଷୀଙ୍କ ପଡ଼ି ରହିଥିବା ବୀମା ଅର୍ଥ ମଞ୍ଜୁର କରିବାକୁ ଦିଲ୍ଲୀ ସରକାରଙ୍କୁ କହିବା ଉଚିତ୍‌। ଯଦି ଭାଜପା ପଶ୍ଚିମ ଓଡ଼ିଶାର କୃଷକଙ୍କୁ ସେମାନଙ୍କ ପଡ଼ି ରହିଥିବା ଫସଲ ବୀମା ଅର୍ଥ ଶୀଘ୍ର ଦେବାରେ ବିଫଳ ହୁଏ ତେବେ ଏହି ମିଥ୍ୟା ତଥା ଶୋଷଣ ପାଇଁ ଲକ୍ଷ ଲକ୍ଷ ଚାଷୀ ଭାଜପାକୁ କଦାପି କ୍ଷମା କରିବେ ନାହିଁ ବୋଲି ଦେବେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri