‘ଗରିବ ମାରଣ ନୀତି ବନ୍ଦ କରନ୍ତୁ କେନ୍ଦ୍ର ସରକାର’

ପାଟଣା,୧୬ା୨(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ରାଜ୍ୟର ୩.୨୫କୋଟି ଗରିବ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଗ୍ରା ଚାଉଳ ଯୋଗାଣରୁ ବଞ୍ଚିତ କରାଯାଇଥିବା ନିଷ୍ପତ୍ତି ବିରୋଧରେ ଗୁରୁବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଓ ସାହାରପଡ଼ା ବ୍ଲକ ସମ୍ମୁଖରେରେ ଶତାଧିକ ବିଜେଡି ନେତା ଓ କର୍ମୀ ଧାରଣା ଦେଇଥିଲେ। ପାଟଣା ବ୍ଲକ ସମ୍ମୁଖରେ ଆୟୋଜିତ ଧାରଣାରେ ବିଜେଡି ବରିଷ୍ଠ ନେତା ମିତ୍ରଭାନୁ ମହାନ୍ତଙ୍କ ସଂଯୋଜନାରେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ ଯୋଗ ଦେଇ କେନ୍ଦ୍ର ନରେନ୍ଦ୍ର ମୋଦି ସରକାରଙ୍କ ଗରିବ ମାରଣ ନୀତି ବିରୋଧରେ ତୀବ୍ର ସମାଲୋଚନା କରିବା ସହ ଏହା ଉପରେ କେନ୍ଦ୍ର ପୁନର୍ବିଚାର ନ କଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଥିଲେ। ଏହି ଧାରଣାରେ ପାଟଣା ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି , ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ଭଞ୍ଜ, ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ବ୍ଲକ ଉପାଧ୍ୟକ୍ଷା ବୀଣାପାଣି ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ,୨୧ ନମ୍ବର ଜିଲା ପରିଷଦ ପ୍ରଫୁଲ ନାୟକ, ୨୨ ନମ୍ବର ଜିଲା ପରିଷଦ ସୌଭାଗ୍ୟ ମଞ୍ଜରୀ ନାୟକ, ୨୩ ନମ୍ବର ରୁନୁ ମହାନ୍ତ, ବିଜେଡି ନେତ୍ରୀ ବିନତି ବାନରା, ଭାମାମଣି ଦାସ, କନକ ଲତା ନାଏକ, ସାହାରପଡ଼ାରେ ବିଧାୟକଙ୍କ ସହ ବ୍ଲକ ବିଜେଡି ସଭାପତି ଗୋବିନ୍ଦ ମହାନ୍ତ, ଉପାଧ୍ୟକ୍ଷା ଛବିରାଣୀ ସେଠୀ, ୩୦ ନମ୍ବର ଜିଲା ପରିଷଦ ସଦସ୍ୟ ଚମ୍ପା ବତୀ ଟୁଡୁ, ୨୯ ନମ୍ବରର ବୁଦ୍ଧଦେବ ମହାକୁଡ଼,ବିଜେଡି କୃଷକ ଜନତା ଦଳ ଜିଲା ସଭାପତି ଦୀପକ ରାଜ, ବିଜେଡି ନେତା ବିଜୁ ଖାଟୁଆ, କୃଷ୍ଣଚନ୍ଦ୍ର ମହାପାତ୍ର, କିରଣବାଳା ସିଂ ପ୍ରମୁଖ ସାମିଲ ହୋଇଥିଲେ। ପାଟଣାରେ ବିଡିଓଙ୍କ ଅନୁପସ୍ଥିତିରେ ଅମଲା ବିଦୁ ନାୟକ ଓ ସାହାରପଡ଼ାରେ ଏ ବିଡିଓ କୁସୁମ ଲତା ସାହୁଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri