ଆଶୁତୋଷ ପରିଡ଼ାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୦ା୧୨(ଶର୍ମିଷ୍ଠା ପାଣିଗ୍ରାହୀ): କେନ୍ଦ୍ର ସାହିତ୍ୟ ଏକାଡେମୀ ୨୦୨୩ ପୁରସ୍କାର ପାଇବେ ବିଶିଷ୍ଟ କବି ଆଶୁତୋଷ ପରିଡ଼ା। ସ୍ବରଚିତ କବିତା ସଙ୍କଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ସେ ଏହି ପୁରସ୍କାର ପାଇବେ। ବୁଧବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି। ପୁରସ୍କାର ବାବଦରେ ୧ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ପ୍ରଦାନ କରାଯିବ। ଏକାଡେମୀ ପୁରସ୍କାର ପାଇବା ନେଇ ପରିଡ଼ା ନିଜର ପ୍ରତିକ୍ରିୟା ରଖିଛନ୍ତି ଯେ, ମୋର କାବ୍ୟକୁ ସ୍ବୀକୃତି ମିଳିଛି। ଖୁସି ହେବା ସ୍ବାଭାବିକ। ଏହି ପୁରସ୍କାର ଏକ ପ୍ରେରଣା। ମୃତ୍ୟୁ କାହିଁକି ଅପ୍ରସ୍ତୁତ। ବଞ୍ଚି ରହିବା ପାଇଁ ସଂଘର୍ଷ ଓ ଦ୍ୱନ୍ଦ୍ୱ ଭିତରେ ରହି ମଣିଷ ଚେଷ୍ଟା କରିଥାଏ। ମୃତ୍ୟୁ ବାରମ୍ବାର ପରାସ୍ତ ହୁଏ। ମଣିଷର ଜିଜୀବିଷା ଆଗରେ ମୃତ୍ୟୁ ଅପ୍ରସ୍ତୁତ ହୋଇପଡ଼େ। ମୃତ୍ୟୁକୁ ଅତିକ୍ରମ କରି ମଣିଷ ବଞ୍ଚିବାକୁ ଚାହେଁ। ମାନବବାଦୀ ଭାବନା ଓ ମୃତ୍ୟୁ ସମ୍ପର୍କିତ କବିତାଗୁଡ଼ିକ ଏହି ପୁସ୍ତକରେ ରହିଛି। ପୁସ୍ତକଟି ୨୦୨୦ ମସିହାରେ ପ୍ରକାଶିତ ହୋଇଥିଲା। ଏକାଡେମୀ ପକ୍ଷରୁ ୨୪ଟି ଭାଷାରେ ପୁରସ୍କାର ଘୋଷଣା କରାଯାଇଛି। ସେଥିମଧ୍ୟରୁ ୯ଟି କବିତା ପୁସ୍ତକ, ୬ଟି ଉପନ୍ୟାସ, ୫ଟି କ୍ଷୁଦ୍ରଗଳ୍ପ, ୩ଟି ପ୍ରବନ୍ଧ ଓ ଗୋଟିଏ ଲିଟେରାରୀ ଷ୍ଟଡି ରହିଛି। ଆଞ୍ଚଳିକ ଭାଷା ଓଡ଼ିଆରେ ଜୁରୀ ସଦସ୍ୟ ଭାବେ ବିଶିଷ୍ଟ ସାହିତି୍ୟକ ହରପ୍ରସାଦ ଦାସ, ପ୍ରଫେସର କାଳିଦାସ ମିଶ୍ର ଓ ରାଜେନ୍ଦ୍ର କିଶୋର ପଣ୍ଡା ରହିଥିଲେ। ଆସନ୍ତା ବର୍ଷ ମାର୍ଚ୍ଚ ୧୨ରେ ନୂଆଦିଲ୍ଲୀସ୍ଥିତ କମନ ଅଡିଟୋରିୟମ୍‌ରେ ଏହି ପୁରସ୍କାର ପ୍ରାଦନ କରାଯିବ।

ଆଶୁତୋଷ ପରିଡ଼ା ୧୯୪୬ ଫେବୃୟାରୀରେ କେନ୍ଦ୍ରାପଡ଼ା ଜିଲାରେ ଜନ୍ମଗ୍ରହଣ କରିଥିଲେ। ସେ ରାଉରକେଲାର ଆରଇସିରେ ଇଞ୍ଜିନିୟରିଂରେ ସ୍ନାତକ ହାସଲ କରିଥିଲେ। ଏହାପରେ ସେ ଆଇଆଇଟି ଖଡ଼ଗପୁରରେ ଆବର୍ତ୍ତ ପୃଥକୀକରଣ ଯନ୍ତ୍ରର ପ୍ରସ୍ତୁତି ନେଇ ଗବେଷଣା କରିଥିଲେ। ପରେ ପରିଡ଼ା ଭୁବନେଶ୍ବର ଆଞ୍ଚଳିକ ଗବେଷଣା କେନ୍ଦ୍ରରେ ବେଜ୍ଞାନିକ ଭାବେ କାର୍ଯ୍ୟ କରିଥିଲେ। କେବଳ ଜଣେ ବରିଷ୍ଠ ବୈଜ୍ଞାନିକ ନୁହନ୍ତି, କବି ଭାବେ ମଧ୍ୟ ସେ ସୁପ୍ରତିଷ୍ଠିତ। ସେ ଯୁକ୍ତ ଯାତନା, ଇପ୍‌ସିତ କ୍ରୋଧ, ଚଣ୍ଡାଳ, ଶବ୍ଦଭେଦୀ ଭଳି କବିତା ପୁସ୍ତକ ରଚନା କରିଛନ୍ତି। କବିତା ସଙ୍କଳନ ଇପ୍‌ସିତ କ୍ରୋଧ ପାଇଁ ୧୯୯୦ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ। ତାଙ୍କର ବହୁ କବିତା ହିନ୍ଦୀ, ଇଂରାଜୀ ଓ ବଙ୍ଗଳା ଭାଷାରେ ଅନୁବାଦିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri