କେନ୍ଦ୍ର ଅବହେଳା ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ବିଜେଡି ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ଅବହେଳା ଓ ପାତରଅନ୍ତର ନୀତିକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନକୁ ଯେଉଁଭଳି ଢଙ୍ଗରେ ମନା କଲେ ତାହା ପ୍ରତିଟି ଓଡ଼ିଆଙ୍କ ମନରେ ଦୁଃଖ ଦେଇଛି। ଏସବୁକୁ ଗୃହରେ ଉତ୍ଥାପନ କରିବାକୁ ବିଜେଡି ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛି।
ମଙ୍ଗଳବାର ପୂର୍ବାହ୍ନରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଶେଷରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି କହିଥିଲେ, ବିରୋଧୀ ଦଳ ପକ୍ଷରୁ ଯେଉଁ ପ୍ରସଙ୍ଗ ଉତ୍ଥାପନ ହେବ ତା’ର ଉତ୍ତର ଦେବାକୁ ସରକାର ପ୍ରସ୍ତୁତ ଅଛନ୍ତି। କେନ୍ଦ୍ରୀୟ ଅବହେଳାକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବ। ଏଥିସହ ପ୍ରଧାନମନ୍ତ୍ରୀ କୃଷି ବୀମା ଯୋଜନା, ଚାଉଳ କୋଟା କମାଇବା, କୋଇଲା ରୟାଲ୍‌ଟି ସଂଶୋଧନ, କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଛାଡ଼, ଏମ୍‌ଏସ୍‌ ସ୍ବାମୀନାଥନ୍‌ କମିଟି ରିପୋର୍ଟ ଆଧାରରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବୃଦ୍ଧି ଆଦି ଦାବିି ପ୍ରସଙ୍ଗକୁ ଉଠାଇବୁ। କେନ୍ଦ୍ର ସରକାର ଓଡ଼ିଶା ପ୍ରତି ବାରମ୍ବାର ଅବହେଳା ପ୍ରଦର୍ଶନ କରିଆସୁଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟର ଆର୍ଥତ୍କ ସ୍ଥିତିକୁ ଦୋହଲାଇ ଦେଇଥିଲାବେଳେ କେନ୍ଦ୍ର ଏହାର ସ୍ଥାୟୀ ପ୍ରତିକାର ପାଇଁ ଗୁରୁତ୍ୱ ଦେଉନାହିଁ। କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ ବିଗତ ବର୍ଷରେ ପ୍ରାୟ ୭୦ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅନୁଦାନ କାଟିଛନ୍ତି। ରେଲଓ୍ବେ କ୍ଷେତ୍ରରେ କେନ୍ଦ୍ର ସରକାର ଦୀର୍ଘ ଦିନ ଧରି ଅବହେଳା କରି ଆସୁଛନ୍ତି। ଏସବୁ ପ୍ରସଙ୍ଗ ବିଧାନସଭାରେ ଉଠାଯିବ ବୋଲି ମୁଦୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri