କେନ୍ଦ୍ର ଅବହେଳା ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ବିଜେଡି ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ଅବହେଳା ଓ ପାତରଅନ୍ତର ନୀତିକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନକୁ ଯେଉଁଭଳି ଢଙ୍ଗରେ ମନା କଲେ ତାହା ପ୍ରତିଟି ଓଡ଼ିଆଙ୍କ ମନରେ ଦୁଃଖ ଦେଇଛି। ଏସବୁକୁ ଗୃହରେ ଉତ୍ଥାପନ କରିବାକୁ ବିଜେଡି ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛି।
ମଙ୍ଗଳବାର ପୂର୍ବାହ୍ନରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଶେଷରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି କହିଥିଲେ, ବିରୋଧୀ ଦଳ ପକ୍ଷରୁ ଯେଉଁ ପ୍ରସଙ୍ଗ ଉତ୍ଥାପନ ହେବ ତା’ର ଉତ୍ତର ଦେବାକୁ ସରକାର ପ୍ରସ୍ତୁତ ଅଛନ୍ତି। କେନ୍ଦ୍ରୀୟ ଅବହେଳାକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବ। ଏଥିସହ ପ୍ରଧାନମନ୍ତ୍ରୀ କୃଷି ବୀମା ଯୋଜନା, ଚାଉଳ କୋଟା କମାଇବା, କୋଇଲା ରୟାଲ୍‌ଟି ସଂଶୋଧନ, କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଛାଡ଼, ଏମ୍‌ଏସ୍‌ ସ୍ବାମୀନାଥନ୍‌ କମିଟି ରିପୋର୍ଟ ଆଧାରରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବୃଦ୍ଧି ଆଦି ଦାବିି ପ୍ରସଙ୍ଗକୁ ଉଠାଇବୁ। କେନ୍ଦ୍ର ସରକାର ଓଡ଼ିଶା ପ୍ରତି ବାରମ୍ବାର ଅବହେଳା ପ୍ରଦର୍ଶନ କରିଆସୁଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟର ଆର୍ଥତ୍କ ସ୍ଥିତିକୁ ଦୋହଲାଇ ଦେଇଥିଲାବେଳେ କେନ୍ଦ୍ର ଏହାର ସ୍ଥାୟୀ ପ୍ରତିକାର ପାଇଁ ଗୁରୁତ୍ୱ ଦେଉନାହିଁ। କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ ବିଗତ ବର୍ଷରେ ପ୍ରାୟ ୭୦ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅନୁଦାନ କାଟିଛନ୍ତି। ରେଲଓ୍ବେ କ୍ଷେତ୍ରରେ କେନ୍ଦ୍ର ସରକାର ଦୀର୍ଘ ଦିନ ଧରି ଅବହେଳା କରି ଆସୁଛନ୍ତି। ଏସବୁ ପ୍ରସଙ୍ଗ ବିଧାନସଭାରେ ଉଠାଯିବ ବୋଲି ମୁଦୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri