ଅବହେଳାରୁ ଅଟକିଛି କେନ୍ଦ୍ରୀୟ ବିଦ୍ୟାଳୟ

ଯୋଡ଼ା,୨୬।୪(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠାକୁ ନେଇ ସରକାରଙ୍କ ଅବହେଳା ପଦାରେ ପଡ଼ିଛି। ଏନେଇ ଚମ୍ପୁଆରେ ଆନ୍ଦୋଳନ, ବନ୍ଦ ଡାକରା ପ୍ରଭୃତି ଅଞ୍ଚଳବାସୀ କରିଥିଲେ ହେଁ ଏଯାବତ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସମନ୍ବୟ ଅଭାବରୁ ବିଦ୍ୟାଳୟ ପ୍ରତିଷ୍ଠା କାର୍ଯ୍ୟ ଅଟକି ରହିଛି। ପ୍ରାୟ ୫ ବର୍ଷ ପୂର୍ବେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସରକାର ସ୍ଥିର କରିଥିଲେ। ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ସ୍ଥାନୀୟ ନେତୃବୃନ୍ଦ କେନ୍ଦ୍ରୀୟ ବିଦ୍ୟାଳୟକୁ ପାସୋରି ଦେଲେ। ପ୍ରଥମେ ବିଦ୍ୟାଳୟ କାଳିକାପ୍ରସାଦରେ ହେବାର ଥିଲା। ଚମ୍ପୁଆ ସଦର ମହକୁମାଠାରୁ ପ୍ରାୟ ୯ କି.ମି. ଦୂର ହୋଇଥିବାରୁ ପୁନଃ ଜାଗା ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୨୨ ଜାନୁୟାରୀ ୩ରେ ଚମ୍ପୁଆ ସଦର ମହକୁମାଠାରେ ହିଁ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଚମ୍ପୁଆ ଉପ ଜିଲାପାଳ ନୂତନ ଜାଗା ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ କରିଥିଲେ। ଏହି ସ୍ଥାନଗୁଡ଼ିକ ମଧ୍ୟରେ ମଙ୍ଗଳପୁର, ଗୋଧୂଳି, ପାଞ୍ଚ ପୋଖରିଆ ରହିଛି। ସ୍ଥାନ ଚିହ୍ନଟ କରି ଚୂଡ଼ାନ୍ତ ରିପୋର୍ଟ ଗଣଶିକ୍ଷା ସଚିବଙ୍କୁ ସବିଶେଷ ତଥ୍ୟ ଦିଆଯିବ। ତେଣେ ଅସ୍ଥାୟୀ ଭାବେ ଚମ୍ପୁଆ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ହେଲେ ଏଯାବତ ଏହା କାର୍ଯ୍ୟକାରୀ ହୋଇନାହିଁ। ଫଳରେ ଚମ୍ପୁଆ ଉପଖଣ୍ଡର ଛାତ୍ରଛାତ୍ରୀମାନେ ଚଳିତବର୍ଷ ନାମଲେଖାରୁ ବଞ୍ଚତ୍ତ ହୋଇଛନ୍ତି। ନାମଲେଖା ନେଇ ଏପର୍ଯ୍ୟନ୍ତ କୌଣସି ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବାରୁ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଓଡ଼ିଶାରେ ୬୩ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯାଇଛି। ମାତ୍ର ଖଣିଜ ପ୍ରାଚୁର୍ଯ୍ୟରେ ଭରପୁର ଥିବା ଚମ୍ପୁଆ ଉପଖଣ୍ଡରୁ ସରକାର କୋଟି କୋଟି ଟଙ୍କାର ରାଜସ୍ବ ଆଦାୟ କରି ଚାଲିଥିବା ବେଳେ ଖଣି ଅଞ୍ଚଳରେ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ପହଞ୍ଚାଇବାରେ ବିଫଳ ହୋଇଛନ୍ତି। ଏଥିପାଇଁ ସରକାରୀସ୍ତରରେ ଅବହେଳା କରାଯାଉଥିବାରୁ ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୫ବର୍ଷ ପରେ ମଧ୍ୟ ଖୋଲାଯାଇ ପାରି ନ ଥିବା ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଚମ୍ପୁଆ ଉପ ଜିଲାପାଳ ସୁକାନ୍ତ ମାଝିଙ୍କୁ ପଚାରିବାରୁ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୩/୪ଟି ଅଞ୍ଚଳରେ ଜାଗା ଚିହ୍ନଟ ହୋଇଛି। ବିଦ୍ୟାଳୟ ଖୋଲିବା ପାଇଁ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଅସ୍ଥାୟୀ ଶ୍ରେଣୀ ଗୃହ ପାଇଁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଏ ନେଇ କେନ୍ଦ୍ରୀୟ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?