କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ଉମାଶଙ୍କର ବେହେରା ଯୋଗଦେଇ ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନ ଖୋଲିବା ପାଇଁ ନିଆଯାଇଥିବା ପଦକ୍ଷେପ ଏବଂ ବିଦ୍ୟାଳୟର ଅନ୍ୟାନ୍ୟ ଉନ୍ନତିକରଣ ଉପରେ ଆଲୋଚନା କରିଥିଲେ। ଛାତ୍ରୀଛାତ୍ର ଖାଇବା ତେଲ, ଚିନି ବ୍ୟବହାର କିଭଳି କମାଇବେ ସେ ଉପରେ ମଧ୍ୟ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ମଧ୍ୟ ଉପଜିଲାପାଳ ପରାମର୍ଶ ଦେଇଥିଲେ। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ବିଦ୍ୟାଳୟର ବିବରଣୀ ପ୍ରଦାନ କରିଥିଲେ। ଭଲିବଲ ଏବଂ କରାଟେରେ ବିଦ୍ୟାଳୟର ଛାତ୍ରୀଛାତ୍ର ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ଏଥିସହ ଅନ୍ୟାନ୍ୟ ରାଜ୍ୟ ଓ ଜାତୀୟସ୍ତରର ପ୍ରତିଯୋଗିତାରେ ମଧ୍ୟ ଛାତ୍ରୀଛାତ୍ର ଭାଗନେଇ ବିଦ୍ୟାଳୟର ସୁନାମ ବଢାଇ ଛନ୍ତି ବୋଲି ଅଧ୍ୟକ୍ଷ କହିଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ନାୟକ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପରିଚାଳନା କମିଟି ସଭ୍ୟା କ୍ରିଷ୍ଣାମୟୀ ପରିଡ଼ା, ସଭ୍ୟ ସନ୍ତୋଷ ଜେନା, ରବି ନାରାୟଣ ଦାସ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶିକ୍ଷକ ଜ୍ୟୋତି ପ୍ରକାଶ ସାହୁ ପ୍ରାରମ୍ଭିକ ସୂଚନା ପ୍ରଦାନ ସହ ସ୍ବାଗତ ଭାଷଣ ଦେଇଥିଲେ। ଶିକ୍ଷକ ସତ୍ୟବାନ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ, ୨୦୧୦ରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ଛାତ୍ରାବାସରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଥିଲା। ଚଳିତ ବର୍ଷ ସେଠାରେ ଯୁକ୍ତ ୨ ବିଜ୍ଞାନ ଖୋଲିବା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ଯୁକ୍ତ ୨ ଖୋଲିବା ପାଇଁ ଆବଶ୍ୟକ ଭିତ୍ତିଭୂମି ବର୍ତ୍ତମାନ ପ୍ରସ୍ତୁତି ଚାଲିଛି। ତେଣୁ ଏନେଇ ୪୮ ଲକ୍ଷ ଟଙ୍କା ବ୍ୟୟ କରାଯାଇ ସମ୍ପୂର୍ଣ କୋଠାର ପୁନଃରୁଦ୍ଧାର କରାଯିବ। ଅର୍ଥ କିଭଳି ତୁରନ୍ତ ଅନୁମୋଦନ ହୋଇପାରିବ ସେନେଇ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସହ ଏନେଇ ଆଲୋଚନା କରିଛନ୍ତି। ଖୁବ୍‌ଶୀଘ୍ର ଉକ୍ତ ଅର୍ଥ ଅନୁମୋଦନ ହେବ ବୋଲି ଆଶା କରାଯାଉଛି।

ଅପରପକ୍ଷେ ସ୍ଥାୟୀ କୋଠା ନିର୍ମାଣ ପାଇଁ ଇତିମଧ୍ୟରେ କେନ୍ଦ୍ର ସରକାର ୩୩ କୋଟି ୧୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ତାହାର କାମ ମଧ୍ୟ ଏପ୍ରିଲ ମାସରେ ଆରମ୍ଭ ହେବା ସମ୍ଭାବନା ରହିଛି। ୨୦୨୮ ନୂଆ ଶିକ୍ଷା ବର୍ଷରୁ ବିଦ୍ୟାଳୟ ସ୍ଥାୟୀ କୋଠାରେ କାର୍ଯ୍ୟ କରିବା ଲକ୍ଷ୍ୟ ରଖାଯାଇଛି। କେନ୍ଦ୍ରୀୟ ବିଦ୍ୟାଳୟରେ ଯୁକ୍ତ ୨ ଖୋଲିବା ସହ ସ୍ଥାୟୀ କୋଠା କାମ କିଭଳି ତୁରନ୍ତ ଆରମ୍ଭ ହେବ ସେଥିପାଇଁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପଜିଲାପାଳ ଉମାଶଙ୍କର ବେହେରା, ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ପ୍ରମୁଖ ଚେଷ୍ଟା ଚଳାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri