ପୁସ୍ତକ ନ ଥାଇ ୨୧ରେ ଖୋଲିବ କେନ୍ଦ୍ରୀୟ ବିଦ୍ୟାଳୟ, ସଜଡ଼ା ଚାଲିଛି ଭିତ୍ତିଭୂମି

ଭଞ୍ଜନଗର,୧୯ା୬(ବାବୁଲା ପ୍ରଧା): ଗ୍ରୀଷ୍ମ ଛୁଟି ସରିବା ପରେ ଆସନ୍ତା ୨୧ ତାରିଖରୁ କେନ୍ଦ୍ରୀୟ ବିଦ୍ୟାଳୟଗୁଡ଼ିକ ଶିକ୍ଷାଦାନ ପାଇଁ ଖୋଲିବ। ଏହାପୂର୍ବରୁ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ସଜଡ଼ା ଚାଲିଛି। ଅପରପକ୍ଷେ ଚଳିତ ଶିକ୍ଷାବର୍ଷଠାରୁ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପୁସ୍ତକ ବଦଳିଛି। କିନ୍ତୁ ଚଳିତ ଶିକ୍ଷାବର୍ଷ ଆରମ୍ଭ ହେବାର ୩ ମାସ ବିତିବାକୁ ବସିଲାଣି କିନ୍ତୁ ନୂଆ ପୁସ୍ତକ ଆଜି ସୁଦ୍ଧା ବଜାରକୁ ଆସିନାହିଁ। ଚଳିତ ବର୍ଷ ଠାରୁ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀରେ ବୋର୍ଡ଼ ପରୀକ୍ଷା ସହ ପାସ ଫେଲ ବ୍ୟବସ୍ଥା ଅଛି। କିନ୍ତୁ ନୂଆ ପୁସ୍ତକ ବଜାରକୁ ଆସି ନ ଥିବା ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାହତ ହୋଇଛି। ଯାହାକୁ ନେଇ ଅଭିଭାବକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଅନ୍ୟପଟେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ବିଦ୍ୟାଳୟର ଭିତ୍ତିଭୂମି ସଜାଡ଼ିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେଇଛନ୍ତି। ବହୁଦିନ ଧରି ବିଦ୍ୟାଳୟର ଯେଉଁ ଶୌଚାଳୟ ସମସ୍ୟା ଥିଲା ତାହାର ସମାଧାନ କରାଯାଇଛି। ପ୍ରାୟ ୧୫ ଲକ୍ଷ ଟଙ୍କା ବ୍ୟୟରେ ନୂତନ ଶୌଚାଳୟ ନିର୍ମାଣ ହୋଇଛି। ସେହିଭଳି ବିଦ୍ୟାଳୟର ଅନ୍ୟାନ୍ୟ ସମସ୍ୟାଗୁଡ଼ିକୁ ମଧ୍ୟ ସମାଧାନ ପାଇଁ ପଦକ୍ଷେପ ନିଆଯାଇଛି। ବିଦ୍ୟାଳୟ ଚେୟାରମ୍ୟାନ ତଥା ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ସହଯୋଗରେ ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ପକ୍ଷରୁ ବିଦ୍ୟାଳୟର ଶୌଚାଳୟ ସମେତ କିଛି ସମସ୍ୟା ଦୂର କରାଯାଇଛି। ତେଣୁ ବିଦ୍ୟାଳୟ ଖୋଲିବା ପୂର୍ବରୁ ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ନିହାର ରଞ୍ଜନ ସାଇଁ ଗୁରୁବାର ବିଦ୍ୟାଳୟ ପରିଦର୍ଶନ କରି ଶୁକ୍ରବାର ସୁଦ୍ଧା ବିଦ୍ୟାଳୟର ସମସ୍ତ କାମ ସାରି ହସ୍ତାନ୍ତର କରାଯିବ ବୋଲି ଅଧ୍ୟକ୍ଷଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜକୁ ୧୫ ବର୍ଷ ପୂର୍ବେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପୁରାତନ ଛାତ୍ରାବାସରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଥିଲା। ବିଦ୍ୟାଳୟର ସ୍ଥାୟୀ କୋଠା ନ ଥିବାରୁ ବର୍ତ୍ତମାନ ସ୍ଥାୟୀ କୋଠା କାମ ଆରମ୍ଭ ହେବାକୁ ଯାଉଛି। ରାଜସ୍ବ ବିଭାଗ ପକ୍ଷରୁ ୩ ବର୍ଷ ପୂର୍ବେ ଆଇଟିଆଇ ସମ୍ମୁଖରେ ପ୍ରାୟ ୯ ଏକର ଜମି କେନ୍ଦ୍ରୀୟ ବିଦ୍ୟାଳୟକୁ ଦିଆଯାଇଥିଲା। ଉକ୍ତ ଜମିରେ ୩୫ କୋଟି ଟଙ୍କା ବ୍ୟୟରେ ସ୍ଥାୟୀ କୋଠା ନିର୍ମାଣ ହେବ। କିଛିଦିନ ପରେ ଉକ୍ତ କାମର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। କାମ ଆରମ୍ଭ ହେବାର ଦୁଇରୁ ତିନି ବର୍ଷ ମଧ୍ୟରେ କୋଠା କାମ ସରିବ। ଏହାପରେ ସେଠାରେ ଯୁକ୍ତ ୨ ପର୍ଯ୍ୟନ୍ତ କ୍ଲାସ ଖୋଲିବ। ବର୍ତ୍ତମାନ ଅସ୍ଥାୟୀ କ୍ୟାମ୍ପସ୍‌ରେ
୧୦ମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ହେଉଛି। ବିଦ୍ୟାଳୟ ସ୍ଥାୟୀ କୋଠାକୁ ଯିବା ପୁର୍ବରୁ ଏଠାରେ ମଧ୍ୟ ଯୁକ୍ତ ୨ କ୍ଲାସ୍‌ ଖୋଲିବା ପାଇଁ ପଦକ୍ଷେପ ନେବାକୁ କିଛି ଅଭିଭାବକ ଅଧ୍ୟକ୍ଷଙ୍କୁ ନିବେଦନ କରିଛନ୍ତି। ଭିତ୍ତିଭୂମିକୁ ଦେଖି ଆଗାମୀ ଦିନରେ ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଅଧ୍ୟକ୍ଷ ଅଭିଭାବକମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri