‘ଦାନା’ କ୍ଷୟକ୍ଷତିର ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌ 

ବାଲେଶ୍ୱର(ବାଞ୍ଛାନିଧି ଦେ)/ ସୋର,(ଜନ୍ମେଜୟ ମିଶ୍ର),୨୬।୧୧: ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍‌ ସୋମବାର ବାଲେଶ୍ୱର ଜିଲାକୁ ଦିନିକିଆ ଗସ୍ତରେ ଆସିଥିଲା। ବାତ୍ୟା ‘ଦାନା’ରେ ବିଶେଷ ଭାବେ ପ୍ରଭାବିତ ସଦର ବ୍ଲକର ବର୍ଦ୍ଧନପୁର, ସୋର ବ୍ଲକର ସୁନାରି ଓ ସିମୂଳିଆ ବ୍ଲକର କ୍ଷୀରକୋଣା ଓ ମାର୍କୋଣା ପଞ୍ଚାୟତ ପରିଦର୍ଶନ କରିଥିଲା। ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ପିକେ ରାୟଙ୍କ ନେତୃତ୍ୱରେ ୪ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ପ୍ରଭାବିତ ଅଞ୍ଚଳଗୁଡ଼ିକୁ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲା। କ୍ଷୟକ୍ଷତିର ପରିମାଣ ଏବଂ ଆବଶ୍ୟକ ଥଇଥାନ ପଦକ୍ଷେପର ମୂଲ୍ୟାଙ୍କନ କରିବା ପାଇଁ ପ୍ରଭାବିତ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ। ଏହି ଟିମ୍‌ରେ ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ଉପନିର୍ଦ୍ଦେଶକ ମହେଶ କୁମାର, ଗ୍ରାମୀଣ ବିକାଶ ମନ୍ତ୍ରଣାଳୟର ଅତିରିକ୍ତ ନିର୍ଦ୍ଦେଶକ ବାଲାଜୀ କେଏମ୍‌ ଏବଂ ଓଡ଼ିଶା ସରକାରଙ୍କ ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦ୍ଦେଶକ ବିନୀତ ଭରଦ୍ୱାଜ ଉପସ୍ଥିତ ଥିଲେ।
ସଡ଼କ, ବିଦ୍ୟୁତ୍‌ ଯୋଗାଣ, ରିଲିଫ ବଣ୍ଟନ ଏବଂ ଘର କ୍ଷୟକ୍ଷତି ସମେତ ଭିତ୍ତିଭୂମିର କ୍ଷତି ବିଷୟରେ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହିତ ସମୀକ୍ଷା କରାଯାଇଥିଲା। ଏହି ଟିମ୍‌ ବିଶେଷକରି ପ୍ରଭାବିତ କୃଷି ଜମି ଓ ଫସଲ ସମ୍ପର୍କରେ ଗୁରୁତ୍ୱାରୋପ କରିବା ସହ ଆବାସିକ ସମ୍ପତ୍ତିର କ୍ଷୟକ୍ଷତି ଓ ବାସିନ୍ଦାଙ୍କ ବିସ୍ଥାପନ ବିଷୟରେ ପଚାରି ବୁଝିଥିଲା। ବାତ୍ୟା ପରବର୍ତ୍ତୀ ସମୟରେ ଅତ୍ୟାବଶ୍ୟକ ସେବା ଓ ରିଲିଫ୍‌ ବଣ୍ଟନର ସ୍ଥିତି ସହିତ ପ୍ରାଣୀଧନର କ୍ଷତି ଓ ମତ୍ସ୍ୟଚାଷଜନିତ ପ୍ରଭାବ ଉପରେ ଗୁରୁତ୍ୱ ଦେଇଥିଲା। ଏହି ଗସ୍ତ ସମୟରେ ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ, ଅତିରିକ୍ତ ଜିଲାପାଳ ସୁଧାକର ନାୟକ, ଉପଜିଲାପାଳ ପ୍ରଥମେଶ ଅରବିନ୍ଦ ରାଜେସିର୍କେ, ଜିଲା ଜରୁରିକାଳୀନ ଅଧିକାରୀ ସାଇକୃଷ୍ଣ ଜେନା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ୱର୍ଯ୍ୟା ସାମନ୍ତ, ଡେପୁଟି କଲେକ୍ଟର ଅମ୍ଳାନ ନାୟକ, ସୋର ତହସିଲଦାର ସେକ୍‌ ସାଗିର, ବିଡିିଓ ସତ୍ୟନାଥ ନାୟକ, ସୋର ଆଇଆଇସି ପ୍ରଭାଂଶୁ ଶେଖର ମିଶ୍ର ଏବଂ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?