ପିଏମ୍‌ ଆଓ୍ବାର୍ଡ ନେଇ କୋରାପୁଟରେ କେନ୍ଦ୍ରୀୟ ଟିମ୍‌, ୪ ବ୍ଲକ୍‌ ପରିଦର୍ଶନ କରି…

କୋରାପୁଟ/ଲକ୍ଷ୍ମୀପୁର,୨୫ା୩(ଅମିତାଭ ବେହେରା/ଅନନ୍ତ ନାୟକ)- କୋରାପୁଟ ଜିଲା ଗସ୍ତରେ ଆସିଥିବା ୨ ଜଣିଆ କେନ୍ଦ୍ରୀୟ ଟିମ୍‌ ମଙ୍ଗଳବାର ସ୍ଥାନୀୟ ମ୍ୟୁନିସିପାଲିଟି, ବ୍ଲକ, ସେମିଳିଗୁଡ଼ା,ଦଶମନ୍ତପୁର ଓ ଲକ୍ଷ୍ମୀପୁର ଆଦି ୪ ବ୍ଲକର ବିଭିନ୍ନ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ଗସ୍ତ କରି ପିଏମ୍‌ ଆୱାର୍ଡ ପାଇଁ ଆକଳନ କରୁଛନ୍ତି। ଟିମ୍‌ରେ ପ୍ରତିରକ୍ଷା ମନ୍ତ୍ରଣାଳୟର ନିର୍ଦ୍ଦେଶକ କେ.ବାଲେନ ନାୟକ ଏବଂ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ନିର୍ଦ୍ଦେଶକ ବିକାଶ ସିଂ ରହିଛନ୍ତି। ପିଏମ୍‌ ସୂର୍ଯ୍ୟ ଘର, ମୁଫ୍ତ ବିଜିଲି ଯୋଜନା, ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା, ପ୍ରଧାନମନ୍ତ୍ରୀ ସହରାଞ୍ଚଳ ଆବାସ ଯୋଜନା, ହର ଘର ଜଳ ଯୋଜନା, ମିଶନ ଇନ୍ଦ୍ରଧନୁଶ, ପିଏମଜେଏୱାଇ, ପିଏମ ଏସଭିଏ ନିଧି ଆଦି ୭ କେନ୍ଦ୍ରୀୟ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଟିମ୍‌ କୋରାପୁଟ ଆରଏସ୍‌ଇଟିଆଇ ଯାଇ ସେଠାରେ ପିଏମ୍‌ ବିଶ୍ୱକ୍ରମା ହିତାଧିକାରୀ, ସରପଞ୍ଚ ଓ ପୋଷ୍ଟାଲ ଅଧିକାରୀଙ୍କ ଶହ ଆଲୋଚନା କରିଥିଲେ। କୋରାପୁଟ ସହରର ଏକ କାର୍ପେଣ୍ଟର ୟୁନିଟ ବୁଲିବା ଶହ ହିତାଧିକାରୀଙ୍କ ଆଲୋଚନା କରିଥିଲେ। ପରେ ଟିମ ସେମିଳିଗୁଡ଼ା ବ୍ଲକର ରାଜପୁଟ ଗ୍ରାମର ଏକ ମିଲେଟ ପ୍ରୋସେସ୍ସିଂ ୟୁନିଟକୁ ବୁଲି ଦେଖିଥିଲେ। ଲୁଙ୍ଗୁରି ଅଙ୍ଗନଓ୍ବାଡି କେନ୍ଦ୍ର, ପାଖଝୋଲା ପଞ୍ଚାୟତ ଯାଇ ସେଠାରେ ଚାଲିଥିବା ବିଭିନ୍ନ ଯୋଜନାର ଅନୁଧ୍ୟାନ କରିଥିଲେ। ଲକ୍ଷ୍ମୀପୁର ବ୍ଲକ୍‌ର ତୋୟାପୁଟ ଅଙ୍ଗନଓ୍ବାଡି କେନ୍ଦ୍ର, କାର୍ପେଣ୍ଟର ୟୁନିଟ ଓ ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ଶହ ଆଲୋଚନା କରିଥିଲେ। ସେହିପରି ମାରବାଇଗୁଡ଼ାରେ ଥିବା ସାନିଟେସନ ପାର୍କ, ଲକ୍ଷ୍ମୀପୁର ସିଏଚସି ଓ ପଞ୍ଚଡା ଲ୍ୟାମ୍ପ ପରିଦର୍ଶନ କରି ବିଭିନ୍ନ ଯୋଜନାର ଅନୁଧ୍ୟାନ କରିଥିଲେ। ଦଶମନ୍ତପୁର ବ୍ଲକର କାଉଗୁଡା ଗ୍ରାମରେ ଜିଲା ପ୍ରଶାସନ ଓସିୱାଇଏସଡିର ସହଯୋଗରେ କରାଯାଇଥିବା ଷ୍ଟବେରୀ ଚାଷକୁ ଦେଖିଥିଲେ। ସେଠାରେ ସିୱାଇଏସଡିିର ପ୍ରକଳ୍ପ ଅଧିକାରୀ ଆନନ୍ଦ ମଲ୍ଲିକ ଓ ସ୍ଥାନୀୟ ଚାଷୀଙ୍କ ସହ ଆଲୋଚନା କରିଥିଲେ। ଏହି ଟିମ୍‌ଙ୍କ ଗସ୍ତ ବେଳେ କୋରାପୁଟ ଜିଲାପାଳ ଭି କୀର୍ତ୍ତି ଭାସନ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, କୋରାପୁଟ ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକ ସୁଦାମ ବିଶ୍ୱାଳ, କୋରାପୁଟ ବିଡିଓ ଏବଂ ଦଶମନ୍ତପୁର ବିଡିଓଙ୍କ ସହ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri