ଗୋଲାପ ଚାଷ ଦେଖିଲେ କେନ୍ଦ୍ରୀୟ ଟିମ୍‌

ରାମନାଗୁଡ଼ା,୧୦।୩ (ସଞ୍ଜୟ ପ୍ରଧାନ): କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଅଭିଯାନର ଏକ ଟିମ୍‌ ସୋମବାର ରାୟଗଡ଼ା ଜଲା ରାମନାଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ ପ୍ରଥମେ ରାମନାଗୁଡା ବ୍ଲକ୍‌ ଅନ୍ତର୍ଗତ ପାରୀକ୍ଷିତି ପଞ୍ଚାୟତ ଅଧୀନରେ ଥିବା ଖାମ୍ବାଗୁଡ଼ାରେ ଘଟଗାଁ ତାରିଣୀ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ଦ୍ୱାରା ଏକ ଏକର ଜମିରେ ଚାଷ ହୋଇଥିବା ଗୋଲାପ ବଗିଚା ପରିଦର୍ଶନ କରିଥିଲେ। ଟିମ୍‌ର ସଦସ୍ୟମାନେ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ସହ ଗୋଲାପ ଚାଷ ଓ ଜଳ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ରାମନାଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳଙ୍କ ପ୍ରଚେଷ୍ଟା ଏବଂ ଓଡ଼ିଶା ଜୀବିକା ମିଶନ ପକ୍ଷରୁ ଗତ ବର୍ଷ ଅଗଷ୍ଟ ମାସରେ ଏଠାରେ ଏକ ଏକର ପରିମିତ ଜମିରେ ୧୩୦୦୦ ଗୋଲାପ ଚାରା ରୋପଣ କରାଯାଇଥିଲା। ଉଦ୍ୟାନ ବିଭାଗ ସହାୟତାରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ବୁନ୍ଦା ଜଳସେଚନ ମାଧ୍ୟମରେ ଏହି ଗୋଲାପ ଚାଷ କରାଯାଇଛି।

ଏଭଳି ଉନ୍ନତମାନର ଜ୍ଞାନକୌଶଳ ମାଧ୍ୟମରେ ଗୋଲାପ ଚାଷ ଦେଖି କେନ୍ଦ୍ରୀୟ ଟିମ୍‌ ଖୁସି ବ୍ୟକ୍ତ କରିଥିଲେ। ଏହି ପରିଦର୍ଶନ ସମୟରେ କେନ୍ଦ୍ରୀୟ ଟିମ ସହ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ସହକାରୀ ନିର୍ବାହୀ ଯନ୍ତ୍ରୀ ଏ. ଷନ୍ମମୁଖା ପାତ୍ର, ଭାରପ୍ରାପ୍ତ ବିପିଏମ୍‌ ସନ୍ତୋଷ ରତ୍ନଲୁ, ଉଦ୍ୟାନ ବିଭାଗର ସହକାରୀ ଉଦ୍ୟାନ ଅଧିକାରୀ ଏମ୍‌ ସୁଚିତ୍ରା, ଅକ୍ଷୟ କୁମାର ପଣ୍ଡା ଓ ସ୍ଥାନୀୟ ସିଆର୍‌ପି, ଏମ୍‌ବିକେ, ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri