୩ ବନଖଣ୍ଡ ବୁଲି ଦେଖିଲେ କେନ୍ଦ୍ରୀୟ ଟିମ୍‌, ଜଳ ସଂରକ୍ଷଣ ପୁରସ୍କାର ପାଇଁ ଚାଲିଛି ଚୟନ ପ୍ରକ୍ରିୟା

ଭଞ୍ଜନଗର,୧୨ା୬(ବାବୁଲା ପ୍ରଧାନ): ବିଭିନ୍ନ କ୍ଷେତ୍ରରେ ପୁରସ୍କାର ଦେବା ପାଇଁ କେନ୍ଦ୍ର ସରକାର ବିଭିନ୍ନ ବିଭାଗକୁ ଉତ୍ସାହିତ କରୁଛନ୍ତି । ଏହା ଦ୍ବାରା ପୁରସ୍କାର ପାଇବା ପାଇଁ ବିଭାଗଗୁଡ଼ିକ ମଧ୍ୟରେ ଆଗ୍ରହ ବଢ଼ିବା ସହ କାମ ମଧ୍ୟ ଭଲ ହେବ। ଏହିଭଳି ଚଳିତ ବର୍ଷ ଜଳ ସଂରକ୍ଷଣ ଏବଂ ବନୀକରଣ ପାଇଁ କେନ୍ଦ୍ର ସରକାରଙ୍କ ଜଳସମ୍ପଦ ବିଭାଗ ପକ୍ଷରୁ ଦେଶର ଶ୍ରେଷ୍ଠ ୩ଟି ସଂସ୍ଥା ବା ବିଭାଗକୁ ପୁରସ୍କାର ପ୍ରଦାନ କରାଯିବ। ଏଥିପାଇଁ ବିଭିନ୍ନ ରାଜ୍ୟରୁ ୫୩ଟି ଆବେଦନ ଆସିଥିଲା। ଉକ୍ତ ଆବେଦନଗୁଡ଼ିକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯାଞ୍ଚ କରାଯିବା ପରେ ସେଥିରୁ ୪୧ଟି ଆବେଦନ ପ୍ରଥମ ପର୍ଯ୍ୟାୟରେ କଟିଯାଇଥିଲା। ବର୍ତ୍ତମାନ ବଳକା ୧୨ଟି ସଂସ୍ଥାକୁ ଚୟନ କରାଯାଉଛି ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପୁରସ୍କାର ପ୍ରଦାନ ପାଇଁ। ସେଥିମଧ୍ୟରୁ ଓଡ଼ିଶାରୁ ଏକ ମାତ୍ର ବିଭାଗ ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଉକ୍ତ ୧୨ ଜଣ ତାଲିକାରେ ଅଛି। ତେଣୁ କେନ୍ଦ୍ର ସରକାରଙ୍କ ଜଳସମ୍ପଦ ବିଭାଗର ଦୁଇଜଣ ବରିଷ୍ଠ ବୈଜ୍ଞାନିକ ବି ବଳବନ୍ତରାୟ, ରାଜକିଶୋର ମହାନ୍ତି ଇତିମଧ୍ୟରେ ବ୍ରହ୍ମପୁର ଆର୍‌ସିସିଏଫ୍‌ଙ୍କ ଅଧୀନରେ ଆସୁଥିବା ବ୍ରହ୍ମପୁରର ବନଖଣ୍ଡ, ଭଞ୍ଜନଗର ଦକ୍ଷିଣ ଘୁମୁସର ବନଖଣ୍ଡ ଏବଂ ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବୁଧବାର ଫେରିଯାଇଛନ୍ତି।

ଉକ୍ତ ଟିମ୍‌ ବନ ବିଭାଗ ପକ୍ଷରୁ ଜଙ୍ଗଲରେ ହୋଇଥିବା ଜଳ ସଂରକ୍ଷଣ ଏବଂ ବନୀକରଣ ପ୍ରକଳ୍ପଗୁଡ଼ିକ ବୁଲି ଦେଖିଥିଲେ। ଏହାପରେ ଟିମ୍‌ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ସମସ୍ତ ୧୨ଟି ବିଭାଗର ରିପୋର୍ଟକୁ ଏକାଠି କରାଯିବା ପରେ ୩ଟି ବିଭାଗକୁ ପୁରସ୍କାର ପ୍ରଦାନ କରାଯିବ। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ଉତ୍ସବରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପୁରସ୍କାର ପ୍ରଦାନ କରିବେ। ୧୨ ଜଣିଆ ତାଲିକାରେ ବ୍ରହ୍ମପୁର ଆର୍‌ସିସିଏଫ୍‌ କାର୍ଯ୍ୟାଳୟ ଥିବା ଯୋଗୁ ବନ ବିଭାଗ କର୍ମଚାରୀଙ୍କ ମଧ୍ୟରେ ଉତ୍ସାହ ବଢ଼ିଯାଇଛି। କେନ୍ଦ୍ର ସରକାରଙ୍କ ଆସିଥିବା ଟିମ୍‌କୁ ଆର୍‌ସିସିଏଫ୍‌ ବିଶ୍ୱନାଥ ନୀଲାନଭରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ, ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ଏବଂ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନି କକ୍କର ବିଭିନ୍ନ ପ୍ରକଳ୍ପ ନେଇ ବୁଲାଇ ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri