ଓଡ଼ିଶାରେ ପଞ୍ଚାୟତରାଜ ଶକ୍ତିଶାଳୀ କରିବା ପାଇଁ କେନ୍ଦ୍ରରୁ ମିଳିଲା ୨୮୪ କୋଟିରୁ ଅଧିକ ଅନୁଦାନ

ଭୁବନେଶ୍ୱର,୨୬।୮: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପଞ୍ଚଦଶ ଅର୍ଥ ଆୟୋଗ (XV FC) ଅନ୍ତର୍ଗତ ଓଡ଼ିଶା, ମିଜୋରାମ ଓ ତ୍ରିପୁରାର ଗ୍ରାମୀଣ ସ୍ଥାନୀୟ ସଂସ୍ଥା (RLBs) ପାଇଁ ୨୮୪ କୋଟି ଟଙ୍କାରୁ ଅଧିକ ଅନୁଦାନ ମଞ୍ଜୁର କରିଛନ୍ତି।

ଓଡ଼ିଶାକୁ ୬,୦୮୫ଟି ଯୋଗ୍ୟ ଗ୍ରାମ ପଞ୍ଚାୟତ ଓ ୬୩ଟି ଯୋଗ୍ୟ ବ୍ଲକ ପଞ୍ଚାୟତ ପାଇଁ ୨୪୦.୮୧୪୯ କୋଟି ଟଙ୍କା, ମିଜୋରାମକୁ ୮୨୭ଟି ଯୋଗ୍ୟ ଗ୍ରାମ ପରିଷଦ ପାଇଁ ୧୪.୨୭୬୧ କୋଟି ଟଙ୍କା ଏବଂ ତ୍ରିପୁରାକୁ ୬୦୬ଟି ଗ୍ରାମ ପଞ୍ଚାୟତ, ୩୫ଟି ବ୍ଲକ ପଞ୍ଚାୟତ, ୮ଟି ଜିଲ୍ଲା ପରିଷଦ, ୫୮୭ଟି ଗ୍ରାମ କମିଟି ଓ ୪୦ଟି ବ୍ଲକ ଉପଦେଷ୍ଟା କମିଟି ପାଇଁ ୨୯.୭୫ କୋଟି ଟଙ୍କା ମଞ୍ଜୁର ହୋଇଛି।

ପଞ୍ଚାୟତୀ ରାଜ ଓ ଜଳ ଶକ୍ତି ମନ୍ତ୍ରଣାଳୟ ମାଧ୍ୟମରେ ଏହି ଅନୁଦାନ ଦୁଇଟି କିସ୍ତିରେ ପ୍ରଦାନ କରେ। ଅନ୍ଟାଇଡ୍‌ ଗ୍ରାଣ୍ଟ ସ୍ଥାନୀୟ ଆବଶ୍ୟକତା ପାଇଁ ବ୍ୟବହୃତ ହେବ, କିନ୍ତୁ ଦରମା ଓ ପ୍ରତିଷ୍ଠାନିକ ଖରଚ ପାଇଁ ନୁହେଁ। ଟାଇଡ୍‌ ଗ୍ରାଣ୍ଟ ସ୍ୱଚ୍ଛତା, ଓଡିଏଫ୍‌ ସ୍ଥିତି ରକ୍ଷଣାବେକ୍ଷଣ, ଗୃହସ୍ଥ ବର୍ଜ୍ୟ ପରିଚାଳନା, ପାନୀୟ ଜଳ ଯୋଗାଣ, ବର୍ଷା ଜଳ ସଂରକ୍ଷଣ ଓ ଜଳ ପୁନଃଚକ୍ରଣ ପାଇଁ ବ୍ୟବହୃତ ହେବ।

ଏହାପୂର୍ବରୁ ମାର୍ଚ୍ଚରେ କର୍ଣ୍ଣାଟକ ଓ ତ୍ରିପୁରା ପାଇଁ ୪୩୬ କୋଟି ଟଙ୍କାର ଦ୍ୱିତୀୟ କିସ୍ତି ମଞ୍ଜୁର ହୋଇଥିଲା। ଏହା ସହ ଗତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କ୍ୟାବିନେଟ୍‌ ପ୍ରଧାନମନ୍ତ୍ରୀ କିଷାନ ସମ୍ପଦା ଯୋଜନା (PMKSY) ପାଇଁ ୬,୫୨୦ କୋଟି ଟଙ୍କା ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri