Posted inଜାତୀୟ

ଲକ୍‌ଡାଉନ ସମୟରେ ସାମ୍ନାକୁ ଆସିଛି ପୋଲିସର ମାନବିକତା: କେନ୍ଦ୍ର

ନୂଆଦିଲ୍ଲୀ, ୨୬ ।୯: କରୋନା ମହାମାରୀ ସମୟରେ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଲକ୍‌ଡାଉନ ସମୟରେ ପୋଲିସର ପ୍ରତିକ୍ରିୟାକୁ ନେଇ ଏକ ବିଶ୍ଳେଷଣ କରିଥିଲା । ଏଥିରୁ ଜଣାପଡିଛି ଯେ ଲକ୍‌ଡାଉନ ସମୟରେ ପୋଲିସର ମାନବିକତା ଲୋକଙ୍କ ମଧ୍ୟରେ ଦେଖିବାକୁ ମିଳିଛି । ତେବେ ଏହି ସମୟରେ ଚାଲି ଚାଲି ଘରକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସମ୍ପର୍କରେ କୌଣସି ତଥ୍ୟ ପ୍ରକାଶ କରାଯାଇ ନାହିଁ । ଗତ ସପ୍ତାହରେ ପ୍ରକାଶିତ ‘ଦ ଇଣ୍ଡିଆନ ପୋଲିସ ରେସପନ୍ସ ଟୁ କୋଭିଡ-୧୯ କ୍ରାଇସିସି’ ଶୀର୍ଷକ ଏକ ବିଶେଷ ସଂକଳନରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଥିଙ୍କ ଟେକ୍ ‘ବ୍ୟୁରୋ ଅଫ୍ ପୋଲିସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ’ କହିଛି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ପୋଲିସ ଓ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ କେବଳ କଡାକଡି ଲକ୍ ଡାଉନ ନିୟମକୁ ପାଳନ କରିଛନ୍ତି ତା’ ନୁହେଁ ବରଂ ସାବଧାନ ହୋଇ କରୋନା ସଂକ୍ରମିତ ରୋଗୀଙ୍କୁ ଟ୍ରାକ୍ ମଧ୍ୟ କରିଛନ୍ତି । ଏହାସହ ପ୍ରବାସୀ ଶ୍ରମିକଙ୍କୁ ଆବଶ୍ୟକ ସେବା ଯୋଗାଇ ଦେବା ଓ କରୋନା ରୋଗୀଙ୍କୁ ପ୍ଲାଜମା ମଧ୍ୟ ଦାନ କରିଛନ୍ତି । ଯେତେବେଳେ ପ୍ରବାସୀ ଶ୍ରମିକ ଘର ବାହୁଡା ଆରମ୍ଭ କରିଥିଲେ ସେତେବେଳେ ଏମାନଙ୍କୁ ନେଇ ଲୋକଙ୍କ ମଧ୍ୟରେ ଚିନ୍ତା ବଢି ଯାଇଥିଲା । ହେଲେ ଏହାକୁ ସାହସର ସହ ସାମ୍ନା କରି ପୋଲିସ ପ୍ରବାସୀ ଶ୍ରମିକଙ୍କୁ ରହିବା, ଖାଇବା, ଜୋତା, ଔଷଧ ଏମିତିକ ଘରେ ପହଞ୍ଚିବାକୁ ଯାବାହାନର ମଧ୍ୟ ବନ୍ଦୋବସ୍ତ କରିଥିଲା । କେନ୍ଦ୍ର ଦ୍ୱାରା ଦିଆଯାଇଥିବା ବିଶ୍ଳେଷଣ ରିପୋର୍ଟରେ କୁହାଯାଇଛି କି ପୋଲିସ ନିଜ ଭ୍ୟାନରେ କେତେଜଣ ଗର୍ଭବତୀଙ୍କୁ ମଧ୍ୟ ସାହାଯ୍ୟ ଯୋଗାଇ ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri