Posted inଜାତୀୟ

ସିଜେଆଇଙ୍କୁ ଉତ୍ତରାଧିକାରୀ ବାଛିବାକୁ କହିଲା କେନ୍ଦ୍ର

ନୂଆଦିଲ୍ଲୀ, ୮ା୧୦: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଲିତଙ୍କୁ କେନ୍ଦ୍ର ସରକାର ତାଙ୍କ ଉତ୍ତରାଧିକାରୀ ବାଛିବାକୁ କହିଛନ୍ତି। ସିଜେଆଇ ଲଲିତ ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ନାମ ସ୍ପଷ୍ଟ କରିବା ପରେ ନୂଆ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ୍‌ର ବୈଠକ ଡାକିପାରିବେ ନାହିଁ। ଅର୍ଥାତ୍‌ ସୁପ୍ରିମକୋର୍ଟରେ ଖାଲି ଥିବା ବିଚାରପତି ପଦବୀ ପୂରଣ ସକାଶେ ଜଷ୍ଟିସ୍‌ ଲଲିତଙ୍କ ନେତୃତ୍ୱାଧୀନ କଲେଜିୟମ୍‌ ସୁପାରିସ କ୍ଷମତା ହରାଇବ। ସିଜେଆଇ ଲଲିତ ଆସନ୍ତା ନଭେମ୍ବର୮ରେ ଅବସର ନେବେ। ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ନୂଆ ସିଜେଆଇ ହେବେ। ଚନ୍ଦ୍ରଚୂଡ଼ ନଭେମ୍ବର ୯ରେ ଶପଥ ନେଲେ ଏହାର ଠିକ୍‌ ୨ ବର୍ଷ ପରେ ଅର୍ଥାତ୍‌ ୨୦୨୪ ନଭେମ୍ବର ୧୦ରେ ଅବସର ଗ୍ରହଣ କରିବେ। ତେବେ ପରମ୍ପରା ଅନୁଯାୟୀ ସିଜେଆଇ ନିଜ ଉତ୍ତରାଧିକାରୀ ବାଛନ୍ତୁ ବୋଲି ଆଇନ ମନ୍ତ୍ରଣାଳୟ ପକ୍ଷରୁ ଅନୁରୋଧ କରାଯାଇଛି। ୫ ବରିଷ୍ଠ ବିଚାରପତି ଏବଂ ସିଜେଆଇଙ୍କ ମଧ୍ୟରେ ନୂଆ ନିଯୁକ୍ତିକୁ ନେଇ ମତଭେଦ ଲାଗି ରହିଥିବାବେଳେ କେନ୍ଦ୍ରର ଏହି ଅନୁରୋଧ ଅଡ଼ୁଆ ସ୍ଥିତି ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri