‘ବଜେଟରେ ଚାଷୀଙ୍କୁ ଠକିଛି କେନ୍ଦ୍ର’

ବରଗଡ଼ ଅଫିସ୍‌,୮।୨: କେନ୍ଦ୍ର ସରକାର ୨୦୨୩-୨୪ ବର୍ଷ ପାଇଁ ଆଗତ କରିଥିବା ବଜେଟ୍‌ରେ ଚାଷୀଙ୍କୁ ଠକିଛି ବୋଲି ବିଜେଡି ଅଭିଯୋଗ କରିଛି। ବରଗଡ଼ର ଏକ ହୋଟେଲରେ ମଙ୍ଗଳବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ରାଜ୍ୟ ଉପସଭାପତି ତଥା ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ କହିଥିଲେ, ୨୦୨୧-୨୨ ବର୍ଷ ଖାଦ୍ୟ ସଂଗ୍ରହ ବାବଦରେ ହୋଇଥିବା ବ୍ୟୟ ବରାଦ ତୁଳନାରେ ୨୦୨୩-୨୪ ବର୍ଷ ପାଇଁ ଆଗତ ବଜେଟ୍‌ରେ ୨୦ହଜାର କୋଟି ଟଙ୍କା ହ୍ରାସ କରାଯାଇଛି। ଏହା ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଚାଷୀ ବିରୋଧୀ ନୀତିକୁ ସ୍ପଷ୍ଟ ପ୍ରମାଣିତ କରୁଛି ବୋଲି ସେ କହିଛନ୍ତି। କେବଳ ସେତିକି ନୁହେଁ, ଓଡ଼ିଶାରୁ କେନ୍ଦ୍ର କିଣୁଥିବା ଚାଉଳର ପରିମାଣକୁ ମଧ୍ୟ କେନ୍ଦ୍ର ୮୦ଭାଗ କମାଇ ଦେଇ ଚାଷୀଙ୍କୁ ମରଣଯନ୍ତାକୁ ଠେଲି ଦେଇଛି। ଏହାଦ୍ୱାରା ବିଶେଷକରି ଧାନ ଉତ୍ପାଦନ ଏବଂ ଚାଉଳ ସଂଗ୍ରହରେ ପ୍ରମୁଖ ଭୂମିକା ନେଇଥିବା ପଶ୍ଚିମ ଓଡ଼ିଶାର ଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେବେ। ଗୋଟିଏ ପଟେ ଖାଦ୍ୟ ସଂଗ୍ରହ ବାବଦକୁ ବ୍ୟୟ ବରାଦ କମାଇବା ଏବଂ ଅନ୍ୟପଟେ ଚାଉଳ ସଂଗ୍ରହ ପରିମାଣକୁ ମଧ୍ୟ ଯଥେଷ୍ଟ ହ୍ରାସ କରିଥିବା ଯୋଗୁ ରାଜ୍ୟରେ ଧାନ ସଂଗ୍ରହ ଗୁରୁତର ବାଧାପ୍ରାପ୍ତ ହେବ ବୋଲି ଆଚାର୍ଯ୍ୟ କହିଛନ୍ତି ।
ସେହିପରି ଭଟଲି ବିଧାୟକ ସୁଶାନ୍ତ ସିଂ କହିଥିଲେ, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଅତିକମ୍‌ରେ କୁଇଣ୍ଟାଲ ପ୍ରତି ୨୯୩୦ ଟଙ୍କା ଧାର୍ଯ୍ୟ କରିବା ପାଇଁ ଓଡ଼ିଶା ବିଧାନସଭାର ସର୍ବଦଳୀୟ ଓ ସର୍ବସମ୍ମତ ପ୍ରସ୍ତାବକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରି ଚାଷୀ ବିରୋଧୀ ନୀତିକୁ ପ୍ରମାଣିତ କରିଦେଇଥିଲେ। ଏବେ ପୁଣି ଧାନ ସଂଗ୍ରହ ବାବଦକୁ ୨୦ହଜାର କୋଟି ଟଙ୍କାର ବ୍ୟୟବରାଦ କମାଇ ଦେବା ଚାଷୀଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ଉଗ୍ର ଚାଷୀ ବିରୋଧୀ ନୀତିକୁ ସୂଚାଉଛି ବୋଲି ସିଂ କହିଥିଲେ। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ କହିଥିଲେ, କେନ୍ଦ୍ର ସରକାରଙ୍କ ତରଫରୁ ଭାରତୀୟ ଖାଦ୍ୟ ନିଗମ ଓଡ଼ିଶାରୁ ହାରାହାରି ୧୮ଲକ୍ଷ ମେଟ୍ରିକ ଟନ ଚାଉଳ ଉଠାଉଥିବା ସ୍ଥଳେ ଚଳିତ ୨୦୨୨-୨୩ ବର୍ଷରେ ତାହାକୁ ୮୦ ଭାଗ କମାଇ ଦେଇ ମାତ୍ର ୪ଲକ୍ଷ ମେଟ୍ରିକ ଟନ ଚାଉଳ ସଂଗ୍ରହ କରିବାକୁ ଭାରତୀୟ ଖାଦ୍ୟ ନିଗମକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ବରଗଡ଼ ଜିଲାରେ ୪ଲକ୍ଷ ମେଟ୍ରିକ ଟନ ଚାଉଳ ଭାରତୀୟ ଖାଦ୍ୟ ନିଗମ ସଂଗ୍ରହ କରିଥାଏ। କେନ୍ଦ୍ର ସରକାରଙ୍କ ସେଭଳି ନିଷ୍ପତ୍ତି ଯୋଗୁ ଚାଷୀମାନେ କ୍ଷତିଗ୍ରସ୍ତ ହେବେ। ଚାଷୀଙ୍କ ଆୟକୁ ୨ଗୁଣା କରିବା ପାଇଁ ନାରା ଦେଉଥିବା କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଚାଷୀଙ୍କ ପ୍ରତି କେନ୍ଦ୍ରର ଆନ୍ତରିକତାକୁ ପଦାରେ ପକାଇ ଦେଇଛି ବୋଲି ବିଧାୟକ ଆଚାର୍ଯ୍ୟ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri