Posted inଜାତୀୟ

ସ୍ଥିତି ଅନୁଧ୍ୟାନ ଲାଗି ଟାସ୍କଫୋର୍ସ ଗଠନ

ନୂଆଦିଲ୍ଲୀ,୧।୮: ଭାରତରେ ପ୍ରଥମ ମଙ୍କିପକ୍ସ ମୃତ୍ୟୁ ପରେ ସରକାର ଅଧିକ ସଜାଗ ହୋଇଛନ୍ତି। ଦେଶରେ ମଙ୍କିପକ୍ସ ସଂକ୍ରମଣ ସ୍ଥିତି ଉପରେ କଡ଼ା ନଜର ରଖିବା ଲାଗି ଟାସ୍କଫୋର୍ସ ଗଠନ କରାଯାଇଛି। ସଂକ୍ରମଣ ରୋକିବା ଲାଗି କ’ଣ ପଦକ୍ଷେପ ନିଆଯିବ, ସେ ସମ୍ପର୍କରେ ଟାସ୍କଫୋର୍ସ ନିଷ୍ପତ୍ତି ନେବ। ଦେଶରେ ନିଦାନ ସୁବିଧା ବଢ଼ାଇବା, ମଙ୍କିପକ୍ସ ପାଇଁ ଟିକା ପ୍ରସ୍ତୁତି ଆଦି ସମ୍ପର୍କରେ ଟାସ୍କଫୋର୍ସ ସରକାରଙ୍କୁ ଗାଇଡ୍‌ଲାଇନ ଦେବ। ଟାସ୍କଫୋର୍ସ ଗଠନ ଲାଗି ଗତ ୨୬ତାରିଖରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ନୀତି ଆୟୋଗ ସଦସ୍ୟ (ସ୍ବାସ୍ଥ୍ୟ) ଡ. ଭି.କେ. ପଲ୍‌ ଟାସ୍କଫୋର୍ସର ଅଧ୍ୟକ୍ଷ ରହିବେ। ମଙ୍କିପକ୍ସ ସଂକ୍ରମଣ ସମ୍ପର୍କରେ ଠିକ୍‌ ସମୟରେ ରିପୋର୍ଟ କରିବା, ରୋଗ ଚିହ୍ନଟ ଓ ପରିଚାଳନା ଦିଗରେ ଜାତୀୟ ଏଡ୍ସ ନିୟନ୍ତ୍ରଣ ସଂଗଠନ ଏବଂ ସ୍ବାସ୍ଥ୍ୟସେବା ମହାନିର୍ଦ୍ଦେଶାଳୟ କାର୍ଯ୍ୟ କରିବାକୁ କୁହାଯାଇଛି। ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ଲାବରୋଟୋରି ନେଟ୍‌ଓ୍ବର୍କକୁ ମଙ୍କିପକ୍ସ ରୋଗ ଚିହ୍ନଟ ଦିଗରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ସପ୍ତାହରେ କେରଳରେ ମଙ୍କିପକ୍ସ ଲକ୍ଷଣ ଥିବା ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିଲା। ସେ ମଙ୍କିପକ୍ସ ସଂକ୍ରମିତ ଥିଲେ ବୋଲି ସୋମବାର ସ୍ପଷ୍ଟ ହୋଇଛି। ସେ ଗତ ୨୨ ତାରିଖରେ ୟୁଏଇରୁ ଫେରିଥିଲେ। ତାଙ୍କ ନମୁନ ପରୀକ୍ଷାରୁ ମଙ୍କିପକ୍ସ ପଜିଟିଭ୍‌ ଜଣାପଡ଼ିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ମଙ୍କିପକ୍ସରେ ୫ଜଣ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri