ଲଞ୍ଚ ହେଲା ‘ଭାରତ ଅଟା’: କିଲୋ ମାତ୍ର ୨୭ ଟଙ୍କା ୫୦ ପଇସାରେ ଅଟା ବିକିବେ ସରକାର

ନୂଆଦିଲ୍ଲୀ,୬।୧୧: ଦୀପାବଳି ପୂର୍ବରୁ ବଢୁଥିବା ଦରଦାମ୍ ମଧ୍ୟରେ ଉପଭୋକ୍ତା ମାନଙ୍କ ପାଇଁ ବଡ଼ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର। ସୋମବାର ଠାରୁ ରିହାତି ଦରରେ ଅଟା ବିକିବା ଆରମ୍ଭ ହୋଇଛି। ଏହି ଅଟା ଦେଶ ବିଭିନ୍ନ ସ୍ଥାନରେ ଗହମ ଠାରୁ ମଧ୍ୟ କମ୍ ଦାମରେ ମିଳିବ। ଏହା ପ୍ରଭାବରେ ଦେଶର ଅଟା ମୂଲ୍ୟରେ ମଧ୍ୟ ହ୍ରାସ ପାଇବ।

ଗ୍ରାହକଙ୍କୁ ମହଙ୍ଗା ମାଡରୁ ଆଶ୍ବସ୍ତି ଦେବା ପାଇଁ କେନ୍ଦ୍ର ସରକାର ଆଜିଠାରୁ ରିହାତି ମୂଲ୍ୟରେ ଅଟା ବିକ୍ରି ଆରମ୍ଭ କରିଛନ୍ତି। ସରକାର କେଜି ପିଛା ୨୭ ଟଙ୍କା ୫୦ ପଇସା ରିହାତି ମୂଲ୍ୟରେ ମଇଦା ବିକ୍ରି କରିବା ଆରମ୍ଭ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପିୟୁଷ ଗୋୟେଲ ସୋମବାର ଏହି ଯୋଜନା ଲଞ୍ଚ କରିଛନ୍ତି ।

ଏହି ଅଟା ‘ଭାରତ ଅଟା’ ନାମରେ ବିକ୍ରି ହେବ। ଏହାକୁ ନାଫେଡ଼ ଏବଂ ଏନସିସିଏଫ, ମଦର ଡାଏରୀର ଆଉଟଲେଟ, କେନ୍ଦ୍ରୀୟ ଭଣ୍ଡାର ଏବଂ ଅନ୍ୟାନ୍ୟ ସହଯୋଗୀ ଏଜେନ୍ସି ମାନଙ୍କ ଦ୍ୱାରା ବିକ୍ରି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜବତ ରେକର୍ଡରୁ ୫ ଲକ୍ଷ କୋଟି ଟଙ୍କାର ହେରୋଇନ ଗାଏବ, କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୩ା୫: ୨୦୧୮ରୁ ୨୦୨୦ ମଧ୍ୟରେ ଜବତ ହୋଇଥିବା ୭୦,୭୭୨.୪୮ କିଲୋଗ୍ରାମ ହେରୋଇନ୍‌ ରେକର୍ଡରୁ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ...

ବିଶ୍ୱର ୪୬% ଆଜ୍‌ମା ମୃତ୍ୟୁ ଭାରତରେ ଘଟୁଛି, ପ୍ରତିବର୍ଷ ୨ ଲକ୍ଷ ଲୋକ ହରାଉଛନ୍ତି ଜୀବନ

ନୂଆଦିଲ୍ଲୀ,୩ା୫: ଭାରତରେ ପ୍ରତିବର୍ଷ ହାରାହାରି ୨ ଲକ୍ଷ ଲୋକ ଆଜ୍‌ମା ଯୋଗୁ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ସମଗ୍ର ବିଶ୍ୱରେ ଆଜ୍‌ମାଜନିତ ମୃତ୍ୟୁର ଏହା ୪୬ ପ୍ରତିଶତ...

ଗର୍ଲଫ୍ରେଣ୍ଡ ସହିତ ଫେରାର ହୋଇଗଲା ପୁଅ, ମା’ଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼ ମାରିଲେ ଝିଅ ଘରଲୋକେ

ନୂଆଦିଲ୍ଲୀ,୩।୫: ପୁଅର କାରନାମା ପାଇଁ ମା’ ସହିଲେ ଅପବାଦ, ରାସ୍ତାରେ ବାନ୍ଧି ବାଡେଇଲେ ଲୋକେ। ଏଭଳି ଏକ ଅସାମାଜିକ ଘଟଣା ଦେଖିବାକୁ ମିଳିଛି କର୍ଣ୍ଣାଟକର ହାଭେରୀ...

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ, ଗିରଫ ହୋଇଥିବା ଯୁବକ ଯୋଗୀ ୟୁଥ ବ୍ରିଗେଡର ମେମ୍ବର

ଆଗ୍ରା,୩।୫: ଫତେହାବାଦର ସତୀ ମନ୍ଦିରରେ ଶୋଶିତ ସମାଜ ପାର୍ଟି ପ୍ରାର୍ଥୀ ହୋତମ ସିଂଙ୍କ ସମର୍ଥନ ସଭାରେ ପହଞ୍ଚିଥିବା ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ...

କେବେ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦି, ଏହା ପୂର୍ବରୁ ହେବ ରୋଡ ଶୋ’

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଏମପି। ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏଥର ବାରାଣାସୀରୁ ପ୍ରାର୍ଥୀ କରିଛନ୍ତି।...

ଓ୍ବାୟନାଡ, ରାଏବରେଲି ଦୁଇଟି ଆସନରେ ଜିତିଲେବି ଫସିଯିବେ ରାହୁଲ! ଏନି ରାଜା କହିଲେ ଏହା ଅନ୍ୟାୟ ହେବ

ନୂଆଦିଲ୍ଲୀ,୩।୫: ଅନେକ ଦିନ ଅପେକ୍ଷା କରିବା ପରେ କଂଗ୍ରେସ ରାହୁଲ ଗାନ୍ଧୀଙ୍କୁ ରାଏବରେଲିରୁ ପ୍ରାର୍ଥୀ କରିଛି। ଗାନ୍ଧୀ ପରିବାରର ପାରମ୍ପାରିକ ଆସନ ହୋଇଥିବାରୁ ରାହୁଲଙ୍କୁ ଏହି...

ପ୍ରଧାନମନ୍ତ୍ରୀ ମୋଦି ବି ତ ପଳାୟନ କରିଛନ୍ତି: ଜବାବ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୩।୫:ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଏବରେଲିରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି, ଯାହାକି ୨୦୨୪ ଲୋକ ସଭା ନିର୍ବାଚନର ସବୁଠାରୁ ହଟ...

ଶେୟାର ବଜାରରେ ହାହାକାର, ନିବେଶକ ହରାଇଲେ ୪ ଲକ୍ଷ କୋଟି

ମୁମ୍ବାଇ,୩।୫: ଷ୍ଟକ୍ ମାର୍କେଟ୍ ଏବଂ ନିବେଶକମାନଙ୍କ ପାଇଁ ଶୁକ୍ରବାର ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି। ଭାରି କ୍ଷତି ସହ ସେନସେକ୍ସ ଏବଂ ନିଫ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri