Posted inଜାତୀୟ

ଅନଲାଇନ୍ କଣ୍ଟେଣ୍ଟ ପାଇଁ କେନ୍ଦ୍ର ସରକାରଙ୍କ ଅଫିସିଆଲ୍ ଫ୍ୟାକ୍ଟ ଚେକର୍ ହେଲା PIB

ନୂଆଦିଲ୍ଲୀ,୨୦।୩: ଆଇଟି ନିୟମ ୨୦୨୧ ଅଧୀନରେ ପିଆଇବି ଫ୍ୟାକ୍ଟ ଚେକ୍ ୟୁନିଟକୁ ନେଇ ସରକାର ବଡ଼ ଘୋଷଣା କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ (ଏମଆଇବି) ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ଫ୍ୟାକ୍ଟ ଚେକ୍ ୟୁନିଟ୍ (ଏଫସିୟୁ) କେନ୍ଦ୍ର ସରକାରଙ୍କ ଫ୍ୟାକ୍ଟ ଚେକ୍ ୟୁନିଟ୍ ବା ତଥ୍ୟ ଯାଞ୍ଚ ସଂସ୍ଥା ଭାବେ କାର୍ଯ୍ୟ କରିବ ବୋଲି ବୁଧବାର ଭାରତ ସରକାର ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି ।

ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ବୁଧବାର ଜାରି କରିଥିବା ଗେଜେଟ୍ ବିଜ୍ଞପ୍ତିରେ ସୂଚନା ପ୍ରଯୁକ୍ତି ବିଦ୍ୟା (ମଧ୍ୟସ୍ଥି ନିର୍ଦ୍ଦେଶାବଳୀ ଏବଂ ଡିଜିଟାଲ୍ ମିଡିଆ ନୈତିକତା କୋଡ୍) ନିୟମ, ୨୦୨୧ର ନିୟମ ୩ର ଉପ-ଧାରା (ଭି)ର ଉପଧାରା (୧)ର ବ୍ୟବସ୍ଥା ଅଧୀନରେ ପିଆଇବି ଏଫସିୟୁକୁ ନେଇ ସୂଚନା ଦିଆଯାଇଛି । ବିଶେଷ କରି ସାମାଜିକ ଗଣମାଧ୍ୟମରେ ମିଥ୍ୟା ଖବର ଆହ୍ୱାନର ମୁକାବିଲା ପାଇଁ ଏମଆଇବି ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ଏହି ବିଷୟରେ ଘନିଷ୍ଠ ଭାବରେ କାର୍ଯ୍ୟ କରୁଛନ୍ତି ।

ପିଆଇବି ଅଧୀନରେ ଫ୍ୟାକ୍ଟ ଚେକ୍ ୟୁନିଟ୍ ନଭେମ୍ବର ୨୦୧୯ରେ ପ୍ରତିଷ୍ଠା କରାଯାଇଥିଲା ଯାହାର ଉଦ୍ଦେଶ୍ୟ ଥିଲା ମିଥ୍ୟା ଖବର ଏବଂ ଭୁଲ ସୂଚନା ସୃଷ୍ଟିକାରୀ ଏବଂ ପ୍ରସାରକଙ୍କ ବିରୋଧରେ ଏକ ପ୍ରତିରୋଧକ ବ୍ୟବସ୍ଥା ଭାବରେ କାର୍ଯ୍ୟ କରିବା। ଏହା ଲୋକମାନଙ୍କୁ ଭାରତ ସରକାରଙ୍କ ସମ୍ବନ୍ଧରେ ସନ୍ଦେହଜନକ ଏବଂ ଆପତ୍ତିଜନକ ସୂଚନା ରିପୋର୍ଟ କରିବାପାଇଁ ଏକ ସହଜ ବ୍ୟବସ୍ଥା ମଧ୍ୟ ପ୍ରଦାନ କରିଥାଏ।

ଏଫସିୟୁକୁ ସରକାରୀ ନୀତି, ପଦକ୍ଷେପ ଏବଂ ଯୋଜନା ବିଷୟରେ ମିଥ୍ୟା ସୂଚନାକୁ ନିଜ ଆଡ଼ୁ କିମ୍ବା ଅଭିଯୋଗ ମାଧ୍ୟମରେ ରେଫରେନ୍ସ ଅଧୀନରେ ପ୍ରତିହତ କାର୍ଯ୍ୟ କରିଥାଏ । ଏଫସିୟୁ ସକ୍ରିୟ ଭାବରେ ଭୁଲ ସୂଚନା ଅଭିଯାନ ଉପରେ ନଜର ରଖିଥାଏ, ଏଭଳି ସୂଚନାକୁ ଚିହ୍ନଟ କରେ ଏବଂ ପ୍ରତିରୋଧ କରେ, ସୁନିଶ୍ଚିତ କରେ ଯେ ସରକାରଙ୍କ ବିଷୟରେ ମିଥ୍ୟା ସୂଚନା ତୁରନ୍ତ ଉନ୍ମୋଚନ ଏବଂ ସଂଶୋଧନ କରାଯାଏ ।

ନାଗରିକମାନେ ହ୍ଵାଟ୍ସଆପ୍ (+918799711259), ଇମେଲ୍ (pibfactcheck[at]gmail[dot]com), ଟ୍ୱିଟର (@PIBFactCheck) ଏବଂ ପିଆଇବିର ୱେବସାଇଟ୍ (https://factcheck.pib.gov.in/) ସମେତ ବିଭିନ୍ନ ମାଧ୍ୟମରେ ପିଆଇବି ଫ୍ୟାକ୍ଟ ଚେକ୍ ୟୁନିଟ୍ ସହ ଯୋଗାଯୋଗ କରିପାରିବେ। ଫ୍ୟାକ୍ଟ ଚେକ୍ ୟୁନିଟର ହ୍ୱାଟସଆପ ହଟଲାଇନ ନମ୍ବର ଏଭଳି ଲୋକଙ୍କ ପାଇଁ ଏକ ସହଜ ଉପକରଣ ଯେଉଁଠାରେ କେବଳ ସନ୍ଦେହଜନକ ମେସେଜ ଫରୱାର୍ଡ କରିବାକୁ ପଡିଥାଏ ।

ପିଆଇବି ଫ୍ୟାକ୍ଟ ଚେକ୍ ୟୁନିଟ୍ ମଧ୍ୟ ଭିନ୍ନକ୍ଷମବ୍ୟକ୍ତିଙ୍କ ପାଖରେ ଫ୍ୟାକ୍ଟ ଚେକ୍ ର ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ପଦକ୍ଷେପ ନେଇଛି। ଯେହେତୁ ଫଟୋ ଗୁଡ଼ିକ ସାମାଜିକ ଗଣମାଧ୍ୟମର ଏକ ପ୍ରମୁଖ ଅଂଶ ଅଟେ, ତେଣୁ ବିଷୟବସ୍ତୁର ସାର୍ବଜନୀନ ପ୍ରସାର ସୁନିଶ୍ଚିତ କରିବା ପାଇଁ ‘ଅଲ୍ଟରନେଟିଭ୍‌ ଟେକ୍ସଟ୍’ (ALT) ପ୍ରଦାନ କରିବା ଦିନକୁ ଦିନ ଜରୁରୀ ହେବାରେ ଲାଗିଛି। ପିଆଇବି ଫ୍ୟାକ୍ଟ ଚେକ୍ ୟୁନିଟ୍ ଏହାର ଟ୍ୱିଟର, ଫେସବୁକ ଏବଂ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ପ୍ରସାରିତ ସମସ୍ତ ପୋଷ୍ଟ ସହିତ ଅଲ୍ଟରନେଟିଭ୍‌ ଟେକ୍ସଟ ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?