Posted inଜାତୀୟ

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ ଏୟାର ପ୍ୟୁରିଫାୟାର ଭରସାରେ ରହୁଛନ୍ତି। ଏହାରି ମଧ୍ୟରେ ଦିଲ୍ଲୀ ହାଇକୋର୍ଟରେ ଏୟାର୍ ପ୍ୟୁରିଫାୟର୍ ଉପରେ GST ହ୍ରାସ କରିବା ଏବଂ ଏହାକୁ ‘ମେଡିକାଲ୍ ଡିଭାଇସ୍’ ବର୍ଗରେ ରଖିବା ପାଇଁ ହୋଇଥିବା ଏକ ଜନସ୍ୱାର୍ଥ ମାମଲା (PIL)କୁ କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟରେ ବିରୋଧ କରିଛନ୍ତି।

କେନ୍ଦ୍ର ତରଫରୁ ହାଜର ହୋଇଥିବା ଅତିରିକ୍ତ ସଲିସିଟର ଜେନେରାଲ୍ (ASG) ଏନ୍. ଭେଙ୍କଟରମଣ କୋର୍ଟରେ କହିଛନ୍ତି ଯେ ‘ମେଡିକାଲ୍ ଡିଭାଇସ୍’ର ବର୍ଗୀକରଣ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ବିସ୍ତୃତ ଯାଞ୍ଚ ପରେ କରାଯାଇଥାଏ, GST ପରିଷଦ ଦ୍ୱାରା ନୁହେଁ। ତେଣୁ ଏହି ନିଷ୍ପତ୍ତି GST ପରିଷଦ ନେଇପାରିବ ନାହିଁ।

ASG ଆହୁରି ମଧ୍ୟ କହିଛନ୍ତି ଯେ GST ହ୍ରାସ ପାଇଁ ଏକ ସାମ୍ବିଧାନିକ ପ୍ରକ୍ରିୟା ରହିଛି ଏବଂ ଏହି ପ୍ରକ୍ରିୟାକୁ ବନ୍ଦ କରାଯାଇ ପାରିବ ନାହିଁ। GST ପରିଷଦ ଏକ ସାମ୍ବିଧାନିକ ସଂସ୍ଥା ଏବଂ ସମସ୍ତ ରାଜ୍ୟ ଏହି ନିଷ୍ପତ୍ତି ପ୍ରକ୍ରିୟାରେ ଜଡ଼ିତ। ତେବେ କେନ୍ଦ୍ର ସରକାର ଏହି ଆବେଦନ ଉପରେ ବିସ୍ତୃତ ଜବାବ ଦାଖଲ କରିବାକୁ ସମୟ ମାଗିଛନ୍ତି।

ଡିସେମ୍ବର ୨୪ ତାରିଖରେ ମାମଲାର ଶୁଣାଣି ବେଳେ ଦିଲ୍ଲୀ ହାଇକୋର୍ଟର ଜଷ୍ଟିସ୍ ବିକାଶ ମହାଜନ ଏବଂ ଜଷ୍ଟିସ୍ ବିନୋଦ କୁମାରଙ୍କୁ ନେଇ ଗଠିତ ଖଣ୍ଡପୀଠ ବାୟୁ ପ୍ରଦୂଷଣ ସଙ୍କଟକୁ ଦୃଷ୍ଟିରେ ରଖି ଏୟାର୍ ପ୍ୟୁରିଫାୟର୍ ଉପରେ GST କମ୍ କରିବା ବିଷୟରେ ଜରୁରୀକାଳୀନ ବୈଠକ କରି ନିଷ୍ପତ୍ତି ନେବାକୁ GST ପରିଷଦକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri