Posted inଜାତୀୟ

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ ଏୟାର ପ୍ୟୁରିଫାୟାର ଭରସାରେ ରହୁଛନ୍ତି। ଏହାରି ମଧ୍ୟରେ ଦିଲ୍ଲୀ ହାଇକୋର୍ଟରେ ଏୟାର୍ ପ୍ୟୁରିଫାୟର୍ ଉପରେ GST ହ୍ରାସ କରିବା ଏବଂ ଏହାକୁ ‘ମେଡିକାଲ୍ ଡିଭାଇସ୍’ ବର୍ଗରେ ରଖିବା ପାଇଁ ହୋଇଥିବା ଏକ ଜନସ୍ୱାର୍ଥ ମାମଲା (PIL)କୁ କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟରେ ବିରୋଧ କରିଛନ୍ତି।

କେନ୍ଦ୍ର ତରଫରୁ ହାଜର ହୋଇଥିବା ଅତିରିକ୍ତ ସଲିସିଟର ଜେନେରାଲ୍ (ASG) ଏନ୍. ଭେଙ୍କଟରମଣ କୋର୍ଟରେ କହିଛନ୍ତି ଯେ ‘ମେଡିକାଲ୍ ଡିଭାଇସ୍’ର ବର୍ଗୀକରଣ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ବିସ୍ତୃତ ଯାଞ୍ଚ ପରେ କରାଯାଇଥାଏ, GST ପରିଷଦ ଦ୍ୱାରା ନୁହେଁ। ତେଣୁ ଏହି ନିଷ୍ପତ୍ତି GST ପରିଷଦ ନେଇପାରିବ ନାହିଁ।

ASG ଆହୁରି ମଧ୍ୟ କହିଛନ୍ତି ଯେ GST ହ୍ରାସ ପାଇଁ ଏକ ସାମ୍ବିଧାନିକ ପ୍ରକ୍ରିୟା ରହିଛି ଏବଂ ଏହି ପ୍ରକ୍ରିୟାକୁ ବନ୍ଦ କରାଯାଇ ପାରିବ ନାହିଁ। GST ପରିଷଦ ଏକ ସାମ୍ବିଧାନିକ ସଂସ୍ଥା ଏବଂ ସମସ୍ତ ରାଜ୍ୟ ଏହି ନିଷ୍ପତ୍ତି ପ୍ରକ୍ରିୟାରେ ଜଡ଼ିତ। ତେବେ କେନ୍ଦ୍ର ସରକାର ଏହି ଆବେଦନ ଉପରେ ବିସ୍ତୃତ ଜବାବ ଦାଖଲ କରିବାକୁ ସମୟ ମାଗିଛନ୍ତି।

ଡିସେମ୍ବର ୨୪ ତାରିଖରେ ମାମଲାର ଶୁଣାଣି ବେଳେ ଦିଲ୍ଲୀ ହାଇକୋର୍ଟର ଜଷ୍ଟିସ୍ ବିକାଶ ମହାଜନ ଏବଂ ଜଷ୍ଟିସ୍ ବିନୋଦ କୁମାରଙ୍କୁ ନେଇ ଗଠିତ ଖଣ୍ଡପୀଠ ବାୟୁ ପ୍ରଦୂଷଣ ସଙ୍କଟକୁ ଦୃଷ୍ଟିରେ ରଖି ଏୟାର୍ ପ୍ୟୁରିଫାୟର୍ ଉପରେ GST କମ୍ କରିବା ବିଷୟରେ ଜରୁରୀକାଳୀନ ବୈଠକ କରି ନିଷ୍ପତ୍ତି ନେବାକୁ GST ପରିଷଦକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri