Posted inଜାତୀୟ

ହିଂସ୍ର କୁକୁର ପାଳିବା ମନା, ନିଷେଧାଦେଶ ଲଗାଇବାକୁ ଯାଉଛନ୍ତି ସରକାର

ନୂଆଦିଲ୍ଲୀ, ୧୪।୩: ଗତ କିଛିଦିନ ଧରି ଭାରତରେ ମଣିଷଙ୍କ ଉପରକୁ କୁକୁରମାନଙ୍କର ଆକ୍ରମଣ ବଢ଼ିବାରେ ଲାଗିଛି। କୁକୁର କାମୁଡ଼ାରେ ଦେଶରେ ବହୁ ବ୍ୟକ୍ତି ଗମ୍ଭୀର ଭାବେ ଆହତ ହେଉଥିବା ବେଳେ କେତେକଙ୍କର ମୃତ୍ୟୁ ମଧ୍ୟ ଘଟୁଛି। ଏହିସବୁ ଘଟଣାକୁ ଗୁରୁତର ଭାବେ ନେଇ କେନ୍ଦ୍ର ସରକାର କିଛି ହିଂସ୍ର ପ୍ରଜାତିର କୁକୁରଙ୍କ ଉପରେ ନିଷେଧ ଲଗାଇବାକୁ ଯାଉଛନ୍ତି। ପିଟ୍‌ବୁଲ୍‌, ଟେରିୟର୍‌, ଉଲ୍ଫ ଡଗ୍‌, ରୋଟ୍‌ଓ୍ବିଲର, ମାଷ୍ଟିଫ୍‌ ଆଦି ହିଂସ୍ର ପ୍ରଜାତିର କୁକୁର, ମଣିଷ ଉପରେ ଆକ୍ରମଣ କରୁଥିବାର ଅନେକ ନଜିର ରହିଥିବାରୁ ଏହି ସବୁ ପ୍ରଜାତିର କୁକୁରଙ୍କ ଉପରେ ନିଷେଧାଦେଶ ଲଗାଇବାକୁ କେନ୍ଦ୍ର ସରକାର ପ୍ରସ୍ତାବ ଦେଇଛନ୍ତି।

Herald: Government Imposes Ban on Import, Breeding, and Sale of Dangerous  Dog Breeds Including Pitbull and Bulldog

ଏହି ହିଂସ୍ର ପ୍ରଜାତିର କୁକୁରମାନଙ୍କର ବିକ୍ରି ଓ ପ୍ରଜନନ ଉପରେ ରୋକ ଲଗାଇବାକୁ ଯୋଜନା ରହିଛି। ଏନେଇ କେନ୍ଦ୍ର ପଶୁପାଳନ ମନ୍ତ୍ରଣାଳୟର ସଚିବ ଓ.ପି ଚୌଧୁରୀ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି।

Centre bans sale, breeding of 'dangerous' dog breeds: Pitbull, Rottweiler  among others banned | Check full list | India News - News9live

ଏହି ସବୁ ପ୍ରଜାତିର କୁକୁରମାନଙ୍କୁ ଲାଇସେନ୍ସ ପ୍ରଦାନ ନ କରିବାକୁ ରାଜ୍ୟଗୁଡ଼ିକୁ ପ୍ରସ୍ତାବ ଦିଆଯାଇଛି। ବିଭିନ୍ନ ପଶୁକଲ୍ୟାଣକାରୀ ସଂସ୍ଥା ଓ ପରାମର୍ଶଦାତାମାନଙ୍କର ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପ୍ରସ୍ତାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?