Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି: ପଞ୍ଜାବ ସରକାରଙ୍କୁ ବିସ୍ତୃତ ରିପୋର୍ଟ ମାଗିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୨।୩: ଗତ ବର୍ଷ ଜାନୁଆରୀ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ସୁରକ୍ଷା କ୍ଷେତ୍ରରେ ତ୍ରୁଟି ଦେଖାଦେଇଥିଲା। କେନ୍ଦ୍ର ସରକାର ଏହି ପ୍ରସଙ୍ଗରେ ରବିବାର ପଞ୍ଜାବ ସରକାରଙ୍କ ଠାରୁ ବିସ୍ତୃତ ରିପୋର୍ଟ ମାଗିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଳମ୍ବ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରିପୋର୍ଟ ମଗାଯାଇଛି। ସ୍ବରାଷ୍ଟ୍ର ସଚିବ ମଧ୍ୟ ଏହି ପ୍ରସଙ୍ଗରେ ପଞ୍ଜାବ ମୁଖ୍ୟ ଶାସନ ସଚିବଙ୍କ ସହ କଥା ହୋଇଛନ୍ତି।
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ଘଟଣାର ଅନୁସନ୍ଧାନ ପାଇଁ ଅବସରପ୍ରାପ୍ତ ଜଷ୍ଟିସ ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ସୁପ୍ରିମକୋର୍ଟ ୫ ସଦସ୍ୟ ବିଶିଷ୍ଟ ଏକ କମିଟି ଗଠନ କରିଥିଲେ। ରିପୋର୍ଟ କମିଟି ନିକଟରେ ଦାଖଲ ହେବାର ୬ ମାସ ବିତିଗଲାଣି। ଏହି ରିପୋର୍ଟରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଅଭାବରୁ ରାଜ୍ୟର ତତ୍କାଳୀନ ମୁଖ୍ୟ ଶାସନ ସଚିବ ଅନିରୁଦ୍ଧ ତିୱାରୀ, ପୋଲିସ ମୁଖ୍ୟ ଏସ ଚଟ୍ଟୋପାଧ୍ୟାୟ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦାୟୀ ଥିଲେ। ଏହା ପରେ କେନ୍ଦ୍ର ଗୃହ ସଚିବ ଅଜୟ ଭାଲା ପଞ୍ଜାବର ମୁଖ୍ୟ ସଚିବ ବିଜୟ କୁମାର ଜାନଜୁଆଙ୍କୁ ଏକ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ କହିଥିଲେ।
ସୂଚନାଯୋଗ୍ୟ, ଗତ ବର୍ଷ ଜାନୁୟାରୀ ୫ରେ ପଞ୍ଜାବର ଫିରୋଜପୁରର ହୁସେନାୱାଲା ଠାରେ ଏକ ଫ୍ଲାଏ ଓଭରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କନଭେନ ୧୫-୨୦ ମିନିଟ ପାଇଁ ଅଟକି ରହିଥିଲା। ଫ୍ଲାଏ ଓଭରରେ କିଛି ବିକ୍ଷୋଭକାରୀ ଏହାକୁ ବିରୋଧ କରି ଫ୍ଲାଏ ଓଭରକୁ ଅବରୋଧ କରିଥିଲେ। ସେତେବେଳେ ରାଜ୍ୟରେ କଂଗ୍ରେସ ସରକାର ଥିଲା ଏବଂ ଚରଣଜିତ ସିଂ ଚନ୍ନି ମୁଖ୍ୟମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri