Posted inଜାତୀୟ

କେନ୍ଦ୍ରର ବଡ ନିଷ୍ପତ୍ତି ପଡୋଶୀ ଦେଶରୁ ଆସିଥିବା ସଂଖ୍ୟାଲଘୁଙ୍କୁ ୧୯୯୫ରେ ଆସିଥିବା ଆଇନ ଅନୁଯାୟୀ ଦିଆଯିବ ନାଗରିକତା

ନୂଆଦିଲ୍ଲୀ,୧ ।୧୧: କେନ୍ଦ୍ର ସରକାର ସୋମବାର ପୁଣିଥରେ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନରୁ ଆସିବାକୁ ଥିବା ଓ ଏବେ ଗୁଜରାଟର ଦୁଇଟି ଜିଲାରେ ରହୁଥିବା ହିନ୍ଦୁ, ଶିଖ, ବୈଦ୍ଧ, ଜୈନ, ପାର୍ସି, ଇସାଇଙ୍କୁ ଭାରତୀୟ ନାଗରିକତା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ନାଗରିକତା ସେମାନଙ୍କୁ ନାଗରିକତା ଆଇନ ୧୯୫୫ ଆଧାରରେ ଦିଆଯିବ । ବିବାଦସ୍ପଦ ନାଗରିକତା ସଂଶୋଧନ ଅଧିନିୟମ, ୨୦୧୯(ସିଏଏ) ବଦଳରେ ନାଗରିକତା ଅଧିନିୟମ, ୧୯୯୫ ଆଧାରରେ ନାଗରିକତା ଦେବା ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ।

ବିବାଦରେ ରହିଥିବା ନାଗରିକତା ସଂଶୋଧନ ଅଧିନିୟମ, ୨୦୧୯(ସିଏଏ)ରେ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନରୁ ଆସିଥିବା ହିନ୍ଦୁ, ଶିଖ, ବୈଦ୍ଧ, ଜୈନ, ପାର୍ସି, ଇସାଇଙ୍କୁ ଭାରତୀୟ ନାଗରିକତା ଦେବାର ପ୍ରାବଧାନ ରହିଛି । ଏହି ଅଧିନିୟମ ଅନୁଯାୟୀ, ନିୟମ ଏବେ ପର୍ଯ୍ୟନ୍ତ ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇ ନାହିଁ, ତେଣୁ ଏହି ଆଧାରରେ କାହାକୁ ନାଗରିକତା ଦିଆଯାଇ ପାରିବ ନାହିଁ ।
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ସୋମବାର ଜାରି କରାଯାଇଥିବା ଏକ ଅଧିସୂଚନା ମାଧ୍ୟମରେ ଏହି ସୂଚନା ମିଳିଛି । ଏହି ଅଧିସୂଚନା ଅନୁଯାୟୀ, ଗୁଜରାଟର ଆଣନ୍ଦ ଓ ମେହସଣା ଜିଲାରେ ରହୁଥିବା ହିନ୍ଦୁ, ଶିଖ, ବୈଦ୍ଧ, ଜୈନ, ପାର୍ସି, ଇସାଇଙ୍କୁ ନାଗରିକତା ଅଧିନିୟମ, ୧୯୯୫ର ଧାରା ୫, ଧାରା ୬ ଆଧାରରେ ନାଗରିକତା ଦିଆଯିବ । ଏମାନଙ୍କୁ ନାଗରିକତା ନିୟମ ୨୦୦୯ର ପ୍ରାବଧାନ ଅନୁସାରେ ଭାରତର ନାଗରିକ ଭାବେ ପଞ୍ଜିକରଣର ଅନୁମତି ମିଳିବ ଓ ଦେଶର ନାଗରିକର ପ୍ରମାଣ ପତ୍ର ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri