ଦୁଇଗୁଣା ହେବ ରାଉରକେଲା ଇସ୍ପାତ କାରଖାନା କ୍ଷମତା, ନିବେଶ ହେବ ୩୦,୦୦୦ କୋଟି

ଭୁବନେଶ୍ୱର,୧୯।୧୧: କେନ୍ଦ୍ର ଇସ୍ପାତ ଓ ଭାରୀ ଶିଳ୍ପ ମନ୍ତ୍ରୀ ଏଚ୍.ଡି. କୁମାରସ୍ୱାମୀ ବୁଧବାର ଓଡ଼ିଶାର ରାଉରକେଲା ଇସ୍ପାତ କାରଖାନା (RSP)ର ଉତ୍ପାଦନ କ୍ଷମତା ବୃଦ୍ଧି ପାଇଁ ଏକ ବଡ଼ ଯୋଜନା ଘୋଷଣା କରିଛନ୍ତି। ପ୍ରାୟ ୩୦,୦୦୦ କୋଟି ଟଙ୍କା ବିନିଯୋଗରେ ୨୦୩୦ ସୁଦ୍ଧା RSPର ବାର୍ଷିକ ଉତ୍ପାଦନ କ୍ଷମତାକୁ ଦ୍ୱିଗୁଣିତ କରି ୯.୮ ମିଲିୟନ ଟନ୍କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି।

ଏହା ସହିତ କାରଖାନାକୁ ବିଶ୍ୱସ୍ତରରେ ପ୍ରତିଯୋଗୀତାମୂଳକ କରିବା ପାଇଁ ପ୍ରାୟ ୯,୦୦୦ କୋଟି ଟଙ୍କା ବ୍ୟୟରେ ଆଧୁନିକୀକରଣ କାର୍ଯ୍ୟ କରାଯିବ। ମନ୍ତ୍ରୀ ଶ୍ରୀ କୁମାରସ୍ୱାମୀ ତାଙ୍କ ଗସ୍ତ ସମୟରେ ପ୍ରାୟ ୧,୧୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ବାର୍ଷିକ ୧ ମିଲିୟନ ଟନ୍ କ୍ଷମତା ବିଶିଷ୍ଟ ଏକ ଅତ୍ୟାଧୁନିକ ସ୍ଲାବ୍ କଷ୍ଟର୍ ୟୁନିଟ୍‌କୁ ଉଦ୍‌ଘାଟନ କରିଥିଲେ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଏହି ସମ୍ପ୍ରସାରଣ ଦ୍ୱାରା ସ୍ଥାନୀୟ ଯୁବକମାନଙ୍କ ପାଇଁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ, MSME ଗୁଡ଼ିକ ପାଇଁ ସୁଯୋଗ ବଢ଼ିବ ଏବଂ RSP ଉଚ୍ଚ-ଗୁଣବତ୍ତା ବିଶିଷ୍ଟ ଇସ୍ପାତର ଏକ ପ୍ରମୁଖ ଉତ୍ପାଦକ ଭାବରେ ସ୍ଥାନ ପାଇବ।

ମନ୍ତ୍ରଣାଳୟ ଏହି ସମ୍ପ୍ରସାରଣ କାର୍ଯ୍ୟକୁ ସୁରୁଖୁରୁରେ ଆଗେଇ ନେବା ପାଇଁ ଓଡ଼ିଶା ସରକାରଙ୍କ ସହ ଘନିଷ୍ଠ ଭାବରେ ସମନ୍ୱୟ ରକ୍ଷା କରୁଛି ବୋଲି ସେ ଜୋର ଦେଇ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri