Posted inଜାତୀୟ

ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟାକୁ କେନ୍ଦ୍ରର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୧୫।୫(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟ ଗତ ୫ ତାରିଖରେ ମରାଠା କୋଟା ଉପରେ ରାୟ ଦେଲାବେଳେ ସମ୍ବିଧାନର ୧୦୨ତମ ସଂଶୋଧନକୁ ନେଇ କରିଥିବା ବ୍ୟାଖ୍ୟାକୁ କେନ୍ଦ୍ର ସରକାର ଚ୍ୟାଲେଞ୍ଜ କରିଛନ୍ତି। ରିଭ୍ୟୁ ପିଟିଶନରେ କେନ୍ଦ୍ର ସରକାର କହିଛନ୍ତି, ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗ (ଏସ୍‌ଇବିସି) ଚିହ୍ନଟ କରିବା କ୍ଷମତା ରାଜ୍ୟ ସରକାରମାନଙ୍କଠାରୁ ଛଡ଼ାଇ ନିଆଯାଇପାରିବ ନାହିଁ। ସୂଚନାଯୋଗ୍ୟ ସୁପ୍ରିମକୋର୍ଟ ସମ୍ବିଧାନର ୧୦୨ତମ ସଂଶୋଧନକୁ କାଏମ ରଖିଥିବାବେଳେ ଏବାବଦରେ ରାଜ୍ୟଗୁଡ଼ିକର କ୍ଷମତାକୁ କାଢ଼ିନେଇଥିଲେ। ୧୦୨ତମ ସଂଶୋଧନ ମାଧ୍ୟମରେ ଅନୁଚ୍ଛେଦ ୩୬୬(୨୬ଗ) ଏବଂ ୩୪୨କ ସାମିଲ କରାଯାଇଛି। ଏଥିରେ ଅନ୍ୟ ସମସ୍ତ କର୍ତ୍ତୃପକ୍ଷଙ୍କୁ ବାଦ୍‌ ଦେଇ କେବଳ ରାଷ୍ଟ୍ରପତିଙ୍କୁ ପ୍ରତି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ଏସ୍‌ଇବିସି ଚୟନ କରିବା ଓ ଏହାର ତାଲିକା ଅନୁଚ୍ଛେଦ ୩୪୨କ(୧)ରେ ପ୍ରକାଶ କରିବା କ୍ଷମତା ଦିଆଯାଇଛି ବୋଲି ସର୍ବୋଚ୍ଚ ଅଦାଲତ କହିଥିଲେ। ୧୦୨ତମ ସଂଶୋଧନ ରାଜ୍ୟଗୁଡ଼ିକଠାରୁ କ୍ଷମତା କାଢ଼ିନେଇ ଏ ସମ୍ପର୍କିତ ନିଷ୍ପତ୍ତି ନେବା କ୍ଷମତା କେବଳ ରାଷ୍ଟ୍ରପତିଙ୍କ ଉପରେ ଛାଡ଼ିଥିବା ବ୍ୟାଖ୍ୟା ଉପରେ ୫ ଜଣିଆ ଖଣ୍ଡପୀଠର ୩ ବିଚାରପତି ସହମତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri