Posted inଖେଳ

କୋହଲିଙ୍କ ପ୍ରଶଂସାରେ ଶତମୁଖ ଦ୍ରାବିଡ

ତ୍ରିନିଦାଦ,୨୦।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ତାଙ୍କ କ୍ୟାରିୟରରେ ଆଉ ଏକ ବିଶେଷ ମାଇଲଖୁଣ୍ଟ ହାସଲ କରିବେ। କୋହଲି ଓ୍ବେଷ୍ଟଇଣ୍ଡଜ୍‌ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ୟାରିୟରର ୫୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିବେ। ଏହି ସଫଳତା ହାସଲ କରିବାରେ ସେ ଭାରତର ଚତୁର୍ଥ ଖେଳାଳି ହେବେ। ଏହି ବିଶେଷ ଅବସରରେ ଟିମ ଇଣ୍ଡିଆର ମୁଖ୍ୟ କୋଚ ରାହୁଲ ଦ୍ରାବିଡ କୋହଲିଙ୍କୁ ପ୍ରଶଂସା କରିଛନ୍ତି।
ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଆୟୋଜିତ ହୋଇଥିବା ଖବରଦାତା ସମ୍ମିଳନୀରେ ରାହୁଲ ଦ୍ରାବିଡ କୋହଲିଙ୍କୁ ପ୍ରଶଂସା କରି କହିଛନ୍ତି, ମୁଁ ଜାଣେ ନାହିଁ ଏହା ହେଉଛି ତାଙ୍କର ୫୦୦ତମ ମ୍ୟାଚ, ସଂଖ୍ୟା ଦୃଷ୍ଟିରୁ ମୁଁ ଭଲ ନୁହେଁ। ଏହା ଶୁଣିବା ଅତ୍ୟନ୍ତ ଭଲ ଏବଂ ସେ ସମସ୍ତ ଖେଳାଳିଙ୍କ ପାଇଁ ପ୍ରେରଣା। ଏହା କୋହଲିଙ୍କର ପରିଶ୍ରମର ଫଳାଫଳ।
ଦ୍ରାବିଡ ଆହୁରି ମଧ୍ୟ କହିଛନ୍ତି, ବିରାଟ କୋହଲିଙ୍କ ନମ୍ବର ଏବଂ ରେକର୍ଡ ତାଙ୍କ ବିଷୟରେ ସବୁକିଛି କହିଥାଏ। କୋହଲି କ୍ରମାଗତ ଭାବରେ ପରଦା ପଛରେ ରଖିଥିବା କଠିନ ପରିଶ୍ରମକୁ ମୁଁ କେବଳ ବୁଝିପାରୁଛି। ଏହି କାରଣରୁ ଆଜି ସେ ୫୦୦ତମ ମ୍ୟାଚ୍‌ରେ ପହଞ୍ଚିବାରେ ସକ୍ଷମ ହୋଇଛନ୍ତି। ଯେତେବେଳେ ମୁଁ ଖେଳୁଥିଲି ଏବଂ ସେ ଦଳକୁ ଆସିଥିଲେ, ସେ ଜଣେ ଯୁବ ଖେଳାଳି ଥିଲେ। ଗତ ୧୮ ମାସ ମଧ୍ୟରେ ମୁଁ ତାଙ୍କୁ ବ୍ୟକ୍ତିଗତ ଭାବେ ଜାଣିବାର ସୁଯୋଗ ପାଇଲି। ଏହା ବହୁତ ସୁନ୍ଦର ଥିଲା। ମୁଁ ମଧ୍ୟ କୋହଲିଙ୍କଠାରୁ ବହୁତ କିଛି ଶିଖିଲି।
୫୦୦ କିମ୍ବା ଅଧିକ ଅନ୍ତର୍ଜାତୀୟ ମ୍ୟାଚ ଖେଳିବରେ ବିରାଟ କୋହଲି ବିଶ୍ୱ କ୍ରିକେଟର ଦଶମ ଖେଳାଳି ହେବେ। ଏ ପର୍ଯ୍ୟନ୍ତ ୫୦୦ ମ୍ୟାଚ ଖେଳିଥିବା ଖେଳାଳିଙ୍କ ମଧ୍ୟରେ ସଚିନ ତେନ୍ଦୁଲକର, କୁମାର ସାଙ୍ଗାକାରା, ମହେଳା ଜୟଓ୍ବର୍ଦ୍ଧନେ, ସନଥ ଜୟସୁରିଆ, ରିକି ପଣ୍ଟିଂ, ମହେନ୍ଦ୍ର ସିଂ ଧୋନୀ, ଶହିଦ ଆଫ୍ରିଦି, ଜ୍ୟାକ କାଲିସ ଏବଂ ରାହୁଲ ଦ୍ରାବିଡ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri