୩ ବର୍ଷ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ହେବ

ଭୁବନେଶ୍ୱର, ୧୪।୬(ବ୍ୟୁରୋ): ରାଜ୍ୟରେ ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିଲାଗି ଗତ ୩ବର୍ଷ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଯାଞ୍ଚ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୋମବାର ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି, ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।
ବୈଠକର ନିଷ୍ପତ୍ତି ଅନୁଯାୟୀ ଗତ ତିନିବର୍ଷ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଏବଂ ପ୍ରମାଣପତ୍ର ଯାଞ୍ଚ କରାଯିବ। ରାଜ୍ୟ ବାହାରର ବିଶ୍ୱବିଦ୍ୟାଳୟ ଏବଂ ସମ୍ପୃକ୍ତ ରାଜ୍ୟର ଶିକ୍ଷା ବିଭାଗକୁ ଏ ସମ୍ପର୍କରେ ଯାଞ୍ଚ ଲାଗି ଚିଠି ଲେଖାଯିବ। ଆବଶ୍ୟକ ପଡ଼ିଲେ ଯାଞ୍ଚ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ସ୍ବତନ୍ତ୍ର ଅଧିକାରୀଙ୍କୁ ରାଜ୍ୟ ବାହାରର ବିଶ୍ୱବିଦ୍ୟାଳୟକୁ ପଠାଯିବ। ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରେ ଚଳିତ ବର୍ଷରୁ ଡିଜିଲକ୍‌ ବ୍ୟବସ୍ଥା ପ୍ରଚଳନ କରାଯିବ। ଦୁଇଟି ପରିଷଦର ସମସ୍ତ ସାର୍ଟିଫିକେଟ୍‌କୁ ଡିଜିଟାଇଜେଶନ୍‌ କରାଯିବ। ଏଥିପାଇଁ ଆଇଟି ବିଭାଗର ସଚିବଙ୍କୁ ପତ୍ର ଲେଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଦ୍ୱାରା ସମସ୍ତ ଶିକ୍ଷକଙ୍କ ଡାଟାବେସ୍‌ ପ୍ରସ୍ତୁତ କରାଯିବ। ସମସ୍ତ ମାମଲାର ତୁରନ୍ତ ଫଇସଲା ପାଇଁ ପଦକ୍ଷେପ ନିଆଯିବା ସହିତ ଏଫ୍‌ଆଇଆର୍‌ ଦାଖଲ କରାଯିବ। ଏଥିସହ ଚିହ୍ନଟ ଶିକ୍ଷକମାନଙ୍କଠାରୁ ଦରମା ଅର୍ଥ ଅସୁଲ କରିବା ପାଇଁ ଚିଠି ଲେଖାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?