Posted inଭଦ୍ରକ

ଟିକା ନ ନେଇ ବି ମିଳିଛି ପ୍ରମାଣପତ୍ର

ବନ୍ତ,୨୦।୫ (ଡି.ଏନ.ଏ.)- କୋଭିଡ୍‌ ଟିକା ନ ନେଇ ବି ଦମ୍ପତି ପାଇଛନ୍ତି ପ୍ରମାଣପତ୍ର। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଗ୍ରାମରେ। ପ୍ରମାଣପତ୍ର ପାଇଥିବା ଦମ୍ପତି ହେଲେ ଗ୍ରାମର ଭରତ ପାଣି(୬୪) ଓ ତାଙ୍କ ସ୍ତ୍ରୀ ରମାମଣି ପାଣି(୬୨)। ସେମାନଙ୍କ କହିବା ଅନୁଯାୟୀ, ଗତ ମାର୍ଚ୍ଚ ୧୩ରେ ସେମାନେ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରଥମ ଡୋଜ୍‌ ଟିକା ନେଇଥିଲେ। ସେତେବେଳେ ଅନ୍‌ଲାଇନ ବୁକିଂ କରା ନ ଯାଇ ମାନୁଆଲି ଟିକା ଦିଆଯାଉଥିଲା। ଯେଉଁମାନେ ପ୍ରଥମ ଡୋଜ୍‌ ନେଉଥିଲେ ସେମାନଙ୍କୁ ୪୨ଦିନ ପରେ ୨ୟ ଡୋଜ୍‌ ନେବାକୁ ନିୟମ ରହିଥିଲା। ଏଣୁ ଦମ୍ପତି ଗତ ଏପ୍ରିଲ ୨୬ରେ ୨ୟ ଡୋଜ୍‌ ନେବା ପାଇଁ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ। ସେଠାକାର କର୍ମଚାରୀ ସେମାନଙ୍କୁ ଅନ୍‌ଲାଇନ ବୁକ୍‌ କରିବା ପାଇଁ ପରାମର୍ଶ ଦେଇଥିଲେ। ସେହିଦିନ ସେମାନେ ଅନ୍‌ଲାଇନ କରିବା ପରେ ଏପ୍ରିଲ ୨୭ରେ ୨ୟ ଡୋଜ୍‌ ନେବାକୁ ସ୍ଲଟ୍‌ ବୁକିଂ ହୋଇଥିଲା। ୨୭ରେ ସେମାନେ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିବା ବେଳେ ଟିକା ଉପଲବ୍ଧ ନ ଥିଲା। ମେ’ ୧୮ରେ ସେମାନେ କୋୱିନ ୱେବସାଇଟରେ ସର୍ଚ୍ଚ କରିବାରୁ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେମାନେ ଟିକା ନେଇସାରିଥିବା ଦେଖିବାକୁ ପାଇଥିଲେ। ଏଥିସହ ସେମାନଙ୍କ ନାମରେ ୨ୟ ଡୋଜ୍‌ ଟିକା ନେଇଥିବାର ପ୍ରମାଣପତ୍ର ଅନ୍‌ଲାଇନରେ ଅପଲୋଡ୍‌ ହୋଇଥିବା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏବେ କିପରି ୨ୟ ଡୋଜ୍‌ ଟିକା ନେଇପାରିବେ ସେନେଇ ଚିନ୍ତା ପ୍ରକଟ କରିଛନ୍ତି। ଏ ସମ୍ପର୍କରେ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡାକ୍ତର ବିଳାସିନୀ ବେହେରାଙ୍କୁ ପଚାରିବାରୁ କହିଛନ୍ତି, କୌଣସି ବୈଷୟିକ ସମସ୍ୟା ଥାଇପାରେ। ପ୍ରଥମ ଡୋଜ୍‌ ନେବାର ୮୪ ଦିନ ପରେ ସେମାନେ ୨ୟ ଡୋଜ୍‌ ନେବା ପାଇଁ ଟିକାକରଣ କେନ୍ଦ୍ରକୁ ଆସିଲେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri