Posted inଭଦ୍ରକ

ଟିକା ନ ନେଇ ବି ମିଳିଛି ପ୍ରମାଣପତ୍ର

ବନ୍ତ,୨୦।୫ (ଡି.ଏନ.ଏ.)- କୋଭିଡ୍‌ ଟିକା ନ ନେଇ ବି ଦମ୍ପତି ପାଇଛନ୍ତି ପ୍ରମାଣପତ୍ର। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଗ୍ରାମରେ। ପ୍ରମାଣପତ୍ର ପାଇଥିବା ଦମ୍ପତି ହେଲେ ଗ୍ରାମର ଭରତ ପାଣି(୬୪) ଓ ତାଙ୍କ ସ୍ତ୍ରୀ ରମାମଣି ପାଣି(୬୨)। ସେମାନଙ୍କ କହିବା ଅନୁଯାୟୀ, ଗତ ମାର୍ଚ୍ଚ ୧୩ରେ ସେମାନେ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରଥମ ଡୋଜ୍‌ ଟିକା ନେଇଥିଲେ। ସେତେବେଳେ ଅନ୍‌ଲାଇନ ବୁକିଂ କରା ନ ଯାଇ ମାନୁଆଲି ଟିକା ଦିଆଯାଉଥିଲା। ଯେଉଁମାନେ ପ୍ରଥମ ଡୋଜ୍‌ ନେଉଥିଲେ ସେମାନଙ୍କୁ ୪୨ଦିନ ପରେ ୨ୟ ଡୋଜ୍‌ ନେବାକୁ ନିୟମ ରହିଥିଲା। ଏଣୁ ଦମ୍ପତି ଗତ ଏପ୍ରିଲ ୨୬ରେ ୨ୟ ଡୋଜ୍‌ ନେବା ପାଇଁ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ। ସେଠାକାର କର୍ମଚାରୀ ସେମାନଙ୍କୁ ଅନ୍‌ଲାଇନ ବୁକ୍‌ କରିବା ପାଇଁ ପରାମର୍ଶ ଦେଇଥିଲେ। ସେହିଦିନ ସେମାନେ ଅନ୍‌ଲାଇନ କରିବା ପରେ ଏପ୍ରିଲ ୨୭ରେ ୨ୟ ଡୋଜ୍‌ ନେବାକୁ ସ୍ଲଟ୍‌ ବୁକିଂ ହୋଇଥିଲା। ୨୭ରେ ସେମାନେ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିବା ବେଳେ ଟିକା ଉପଲବ୍ଧ ନ ଥିଲା। ମେ’ ୧୮ରେ ସେମାନେ କୋୱିନ ୱେବସାଇଟରେ ସର୍ଚ୍ଚ କରିବାରୁ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେମାନେ ଟିକା ନେଇସାରିଥିବା ଦେଖିବାକୁ ପାଇଥିଲେ। ଏଥିସହ ସେମାନଙ୍କ ନାମରେ ୨ୟ ଡୋଜ୍‌ ଟିକା ନେଇଥିବାର ପ୍ରମାଣପତ୍ର ଅନ୍‌ଲାଇନରେ ଅପଲୋଡ୍‌ ହୋଇଥିବା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏବେ କିପରି ୨ୟ ଡୋଜ୍‌ ଟିକା ନେଇପାରିବେ ସେନେଇ ଚିନ୍ତା ପ୍ରକଟ କରିଛନ୍ତି। ଏ ସମ୍ପର୍କରେ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡାକ୍ତର ବିଳାସିନୀ ବେହେରାଙ୍କୁ ପଚାରିବାରୁ କହିଛନ୍ତି, କୌଣସି ବୈଷୟିକ ସମସ୍ୟା ଥାଇପାରେ। ପ୍ରଥମ ଡୋଜ୍‌ ନେବାର ୮୪ ଦିନ ପରେ ସେମାନେ ୨ୟ ଡୋଜ୍‌ ନେବା ପାଇଁ ଟିକାକରଣ କେନ୍ଦ୍ରକୁ ଆସିଲେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri