ଆସନ୍ତା ୧୫ରେ ଆନ୍ଦୋଳନକୁ ଓହ୍ଲାଇବ ସେସ୍କୋ ପୂର୍ବତନ ସୈନିକ କର୍ମଚାରୀ ସଂଘ

ଭୁବନେଶ୍ୱର,୧୪।୩(ବ୍ୟୁରୋ):୨୦୦୨ରେ ରାଜ୍ୟ ସରକାରଙ୍କ ନିଷ୍ପତିକ୍ରମେ ୧୨୫୦ ପୂର୍ବତନ ସୈନିକଙ୍କୁ ସେସ୍କୋ ତରଫରୁ ବିଭିନ୍ନ ପଦପଦବୀରେ ନିଯୁକ୍ତି ଦିଆଯାଇଥିଲା। ଏହି ୨୨ ବର୍ଷରେ ପ୍ରାୟ ୮୦ ପ୍ରତିଶତଙ୍କର ଅବସର ଓ ପରଲୋକ ପରେ ବର୍ତ୍ତମାନ ୨୨୦ଜଣ କାର୍ଯ୍ୟରତ ଅଛନ୍ତି। ପର୍ଯ୍ୟାୟକ୍ରମେ ସେସ୍କୋ, ସେସୁ ଅଧୀନରେ କାମ କଲା ପରେ ଏବେ ଏମାନେ ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିସିଓଡିଏଲ)ରେ କାର୍ଯ୍ୟ କରୁଛନ୍ତି। ହେଲେ ଟିପିସିଓଡିଏଲ କର୍ତ୍ତୃପକ୍ଷଙ୍କ ମନୋମୁଖୀ ଓ ବୈମାତୃକ ବ୍ୟବହାର ଯୋଗୁ ପୂର୍ବରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁସାରେ ସମାନ କାମ ପାଇଁ ସମାନ ଦରମା ଲାଗୁ କରା ନ ଯାଇ ବିଭିନ୍ନ ଅନୁସଙ୍ଗିକ ସୁବିଧା, ସୁଯୋଗରୁ ବଞ୍ଚିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ସଂଘ ପକ୍ଷରୁ ଏକ ବୈଠକ କରାଯାଇ ଟିପିସିଓଡିଏଲ କର୍ତ୍ତୃପକ୍ଷଙ୍କୁ ଏହାର ସ୍ଥାୟୀ ସମାଧାନ ନିମନ୍ତେ ଏକ ଚରମପତ୍ର ଦିଆଯାଇଛି। ଟିପିସିଓଡିଏଲ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ନ ଦେଲେ ମାର୍ଚ୍ଚ ୧୫ରୁ କାର୍ଯ୍ୟରୁ ବିରତ ରହି ରାଜଧାନୀ ଲୋୟର ପିଏମଜିରେ ଆନ୍ଦୋଳନ କରିବ ବୋଲି ସଂଘର ସାଧାରଣ ସମ୍ପାଦକ ସୀତାକାନ୍ତ ପଣ୍ଡା କହିଛନ୍ତି। ବୈଠକରେ ସଭାପତି ପ୍ରଦିପ୍ତ ରାୟ, ଉପ ସଭାପତି ଚନ୍ଦନ ରାଉତରାୟ, କୋଷାଧ୍ୟକ୍ଷ ମନୋଜ ପାତ୍ର, ଉପଦେଷ୍ଟା ବିଶ୍ବନାଥ ମିଶ୍ର ଓ କାର୍ଯ୍ୟକାରୀ ସଭାପତି ନିରାକାର ଜେନା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri