Posted inଜାତୀୟ

ଅବ୍ବା ଜାନ୍‌ ପରେ ଚାଚା ଜାନ୍‌ଙ୍କ ଏଣ୍ଟ୍ରି, ଭାଜପାକୁ ଟାର୍ଗେଟ…

ଲକ୍ଷ୍ନୌ,୧୫।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟରେ ଅବ୍ବା ଜାନ୍‌କୁ ନେଇ ରାଜନୀତି ସରଗରମ ରହିଛି। ଏପରିସ୍ଥଳେ ରାଜ୍ୟରେ ଚାଚା ଜାନ୍‌ଙ୍କ ଏଣ୍ଟ୍ରି ହୋଇଛି। ଭାରତୀୟ କୃଷକ ସଂଘ ନେତା ରାକେଶ ଟିକାଏତ ବାଗପତର ଟଟିରି ଗାଁରେ ଏକ ସାଧାରଣ ସଭାରେ ଏଆଇଏମ୍‌ଆଇଏମ୍‌ ପ୍ରମୁଖ ଅସଦୁଦ୍ଦିନ୍‌ ଓଓ୍ବାସିଙ୍କୁ ଭାଜପାର ଚାଚା ଜାନ୍‌ ବୋଲି କହିଛନ୍ତି।

ସେ ଭାଜପାକୁ ଟାର୍ଗେଟ କରି କହିଛନ୍ତି, ଏବେ ଉତ୍ତରପ୍ରଦେଶ ରାଜନୀତିକୁ ଚାଚା ଜାନ୍‌ ଆସି ସାରିଛନ୍ତି। ଚାଚା ଜାନ୍‌ ଭାଜପାକୁ ମନ ଇଛା ଗାଳିଗୁଲଜ କରିବା ଅବା ଦଳ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କଲେ ମଧ୍ୟ ତାଙ୍କ ନାମରେ କୌଣସି ମାମଲା ଦାଏର କରାଯାଉ ନାହିଁ। କାରଣ ଭାଜପା ଏବଂ ଏଆଇଏମ୍‌ଆଇଏମ୍‌ ଗୋଟିଏ ଟିମ୍‌ ଭଳି କାର୍ଯ୍ୟ କରୁଛନ୍ତି ବୋଲି ଟିକାଏତ ଅଭିଯୋଗ କରିଛନ୍ତି। ଏବେ ଟିକାଏତଙ୍କ ମନ୍ତବ୍ୟ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?