Posted inଖେଳ

ପୁଷ୍ପା ଅବତାରରେ ୟୁଜବେନ୍ଦ୍ର ଚହଲ: କହିଲେ ଫାୟାର ହୁଁ ମେଁ…

ଲକ୍ଷ୍ନୌ,୨୨।୨: ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଟିମ୍‌ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ପହଞ୍ଚିଛି। ଏଠାରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍‌ ଖେଳାଯିବ। ତେବେ ଭାରତୀୟ ଟିମ୍‌ ଅଭ୍ୟାସ କରିବା ପୂର୍ବରୁ ଖେଳାଳିଙ୍କ କିଛି ମଜାମସ୍ତିର ଏକ ଭିଡିଓ ସାମ୍ନାକୁ ଆସିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଟିମ୍‌ ଇଣ୍ଡିଆର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ଇନ୍‌ଷ୍ଟାଗ୍ରାମରେ ନିଜ ସାଥୀ ଖେଳାଳିଙ୍କ ସହ ଏକ ରିଲ୍‌ ଶେୟାର କରିଛନ୍ତି। ଯେଉଁଥିରେ ସେ ସାଉଥର ସୁପରହିଟ୍‌ ଫିଲ୍ମ ‘ପୁଷ୍ପା’ର ବେଶ୍‌ ଚର୍ଚ୍ଚିତ ଡାଏଲଗ୍‌ କହୁୁଥିବାର ନଜର ଆସିଛନ୍ତି। ୟୁଜବେନ୍ଦ୍ର ଚହଲଙ୍କ ସହ ନବଦୀପ ସାଇନି, ହରପ୍ରୀତ ବରାର ମଧ୍ୟ ନିଜର ଜଲଓ୍ବା ଦେଖାଇଥିବା ଦେଖିବାକୁ ମିଳିଛି। ଫିଲ୍ମର ବେଶ୍‌ ଚର୍ଚ୍ଚିତ ଡାଏଲଗ୍‌ ‘ପୁଷ୍ପା ନାମ ସୁନକର ଫ୍ଲାଓ୍ବର ସମଝି କ୍ୟା, ଫାୟାର ହୁଁ ମେଁ-ଝୁକୁଙ୍ଗା ନହିଁ’ର ଏକ ରିଲ୍‌ ଭିଡିଓରେ ୩ଜଣ ଖେଳାଳିଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ରାଜସ୍ଥାନ ରୟାଲସ୍ସ ମଧ୍ୟ ନିଜ ଟୁଇଟର ଆକାଉଣ୍ଟରେ ଏହି ଭିଡିଓକୁ ଶେୟାର କରିଛି। କେବଳ ଟିମ୍‌ ଇଣ୍ଡିଆ ନୁହେଁ ବିଶ୍ୱର ଅନେକ କ୍ରିକେଟର ପୁଷ୍ପା ଫିଲ୍ମର ଏହି ଡାଏଲଗ ଉପରେ ଏଭଳି ରିଲ ତିଆରି କରିସାରିଛନ୍ତି। ଯେଉଁଥିରେ ଡେଭିଡ ୱାର୍ନର, ରସିଦ ଖାନ ଏବଂ ଅନ୍ୟ ଖେଳାଳିଙ୍କ ନାମ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?