Posted inଖେଳ

ଚହଲଙ୍କୁ ମିଳିଗଲା ନୂଆ ଗର୍ଲଫ୍ରେଣ୍ଡ: ମିଷ୍ଟ୍ରି ଗର୍ଲଙ୍କ ସହ ଦେଖିଲେ ଫାଇନାଲ୍‌ ମ୍ୟାଚ୍‌, ଜାଣନ୍ତୁ ସେ କିଏ

ଦୁବାଇ,୧୦।୩: ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଟାଇଟଲ ଜିତିଛି। ଭାରତ ଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏହି ମ୍ୟାଚ ଦୁବାଇରେ ଖେଳାଯାଇଥିଲା। ଟିମ ଇଣ୍ଡିଆର ସ୍ପିନର ୟୁଜବେନ୍ଦ୍ର ଚହଲ ମଧ୍ୟ ଏହି ମ୍ୟାଚ ଦେଖିବାକୁ ଆସିଥିଲେ। ଚହଲ ବର୍ତ୍ତମାନ ଭାରତୀୟ ଦଳରୁ ବାଦ୍‌ ପଡ଼ିଛନ୍ତି। ଚହଲଙ୍କ ସହିତ ଜଣେ ‘ମିଷ୍ଟ୍ରି ଗର୍ଲ’ ମଧ୍ୟ ଦେଖାଯାଇଥିଲା। ସୋସିଆଲ ମିଡିଆରେ ଏହାକୁ ନେଇ ବହୁତ ଆଲୋଚନା ହେଉଛି। ନିକଟରେ ଚହଲ ଏବଂ ତାଙ୍କ ସ୍ତ୍ର ଧନଶ୍ରୀ ବର୍ମାଙ୍କ ଛାଡପତ୍ରକୁ ନେଇ ଅନେକ ଖବର ସାମ୍ନାକୁ ଆସିଥିଲା।

ଚହଲଙ୍କୁ ଦୁବାଇରେ ଆରଜେ ମାହଭାସଙ୍କ ସହ ନଜର ଆସିଥିଲେ। ତାଙ୍କୁ ପୂର୍ବରୁ ଅନେକ ଥର ମାହଭାସଙ୍କ ସହିତ ଦେଖାଯାଇଛି। ମାହଭାସ ନିଜେ ଇନଷ୍ଟାଗ୍ରାମରେ ଭିଡିଓଟି ଶେୟାର କରିଛନ୍ତି। ଚହଲ ଏବଂ ମାହଭାସଙ୍କ ମଧ୍ୟରେ ସମ୍ପର୍କ କ’ଣ, ସେ ବିଷୟରେ ଉଭୟ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇ ନାହିଁ।

ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀଙ୍କ ମଧ୍ୟରେ ସମ୍ପର୍କ ଭଲ ଚାଲିନାହିଁ। ଧନଶ୍ରୀ ଏବଂ ଚହଲଙ୍କ ଛାଡପତ୍ରକୁ ନେଇ ଚର୍ଚ୍ଚା ଜୋର ଧରିଛି। କିନ୍ତୁ ଦୁହେଁ ଏଥିରେ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି। ଧନଶ୍ରୀଙ୍କ ସହ ସମ୍ପର୍କ ଖରାପ ହେବା ପରେ, ଚହଲଙ୍କୁ ଅନେକ ଥର ମାହଭାସଙ୍କ ସହ ଦେଖାଯାଇଛି। ସେମାନେ ପୂର୍ବରୁ ଥରେ ଡିନର୍‌ କରିବାକୁ ମଧ୍ୟ ଯାଇଥିଲେ।

ଭାରତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଟାଇଟଲ ଜିତିଛି। ଏହା ଫାଇନାଲରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଥିଲା। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୨୫୧ ରନ କରିଥିଲା। ଜବାବରେ, ଭାରତ ୪୯ ଓଭରରେ ଲକ୍ଷ୍ୟ ହାସଲ କରିଥିଲା।

 

View this post on Instagram

 

A post shared by Mahvash (@rj.mahvash)


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?