ଆଇପିଏଲ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି

ମୁମ୍ବାଇ,୧୯।୪: ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୫ତମ ସିଜିନର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆରଆର) ୭ ରନ୍‌ରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌)କୁ ପରାସ୍ତ କରିଛି। ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ରାଜସ୍ଥାନର ଜୋସ ବଟଲର୍‌ ଶତକ ଏବଂ ପରେ ଲେଗ ସ୍ପିନର ୟୁଜଭେନ୍ଦ୍ର ଚହଲ ହ୍ୟାଟ୍ରିକ ନେଇ ଦଳକୁ ବିଜୟ ପ୍ରଦାନ କରିଥିଲେ। ଆଇପିଏଲ ଇତିହାସରେ ଏହା ପ୍ରଥମ ଥର ପାଇଁ ଏକ ମ୍ୟାଚରେ ଏକ ଶତକ ସ୍କୋର କରାଯାଇଛି ଏବଂ ହ୍ୟାଟ୍ରିକ ମଧ୍ୟ ନିଆଯାଇଛି। ଏହାସହ ଆଇପିଏଲ୍‌ର ଜନ୍ମଦିନରେ ଚହଲ ହ୍ୟାଟ୍ରିକ୍‌ ନେଇଥିଲେ। ୨୦୦୮, ଏପ୍ରିଲ୍‌ ୧୮ରେ ପ୍ରଥମଥର ପାଇଁ ଆଇପିଏଲ୍‌ ଖେଳାଯାଇଥିଲା। ତେଣୁ ଚହଲଙ୍କ ହ୍ୟାଟ୍ରିକ୍‌ ସ୍ବତନ୍ତ୍ର।
କୋଲକାତା ବିପକ୍ଷରେ ଜିତିବା ପାଇଁ ରାଜସ୍ଥାନ ୨୧୮ ରନର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଏକ ସମୟରେ ଲାଗୁଥିଲା ଯେ ମ୍ୟାଚ ରାଜସ୍ଥାନର ହାତରୁ ଚାଲିଯିବ। କିନ୍ତୁ ଚହଲ ୧୭ ତମ ଓଭରରେ ମ୍ୟାଚକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଥିଲେ। ଚାହଲ କୋଲକାତା ଅଧିନାୟକ ଶ୍ରେୟାସ ଆୟର, ଶିବମ ମାଭି ଏବଂ ପ୍ୟାଟ କମିନ୍ସଙ୍କୁ ଆଉଟ୍‌ କରି ଏହି ଓଭରରେ ନିଜର ହ୍ୟାଟ୍ରିକ ନେଇଥିଲେ। ସେହି ସେ ୪ଟି ଉଇକେଟ୍‌ ନେଇଥିଲେ। ଚଳିତ ସିଜନରେ ହ୍ୟାଟ୍ରିକ ନେଇଥିବା ଚହଲ ପ୍ରଥମ ବୋଲର ହୋଇଛନ୍ତି। ସେ ମ୍ୟାଚରେ ୪ ଓଭରରେ ୪୦ ରନ ଦେଇ ୫ ଉଇକେଟ ନେଇଥିଲେ ଏବଂ ଏଥିପାଇଁ ତାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ମିଳିଥିଲା।
ଆଇପିଏଲରେ ହ୍ୟାଟ୍ରିକ ନେବାରେ ଚହଲ ହେଉଛନ୍ତି ୨୧ ତମ ବୋଲର ଏବଂ ରାଜସ୍ଥାନ ରୟାଲ୍ସର ପଞ୍ଚମ ବୋଲର। ତାଙ୍କ ପୂର୍ବରୁ ଅଜିତ ଚଣ୍ଡିଲା, ପ୍ରବୀଣ ତାମ୍ବେ, ସେନ୍‌ ୱାଟସନ ଏବଂ ଶ୍ରେୟାସ ଗୋପାଳ ଆଇପିଏଲରେ ରାଜସ୍ଥାନ ଦଳ ପାଇଁ ହ୍ୟାଟ୍ରିକ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri