ଆଇପିଏଲ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି

ମୁମ୍ବାଇ,୧୯।୪: ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୫ତମ ସିଜିନର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆରଆର) ୭ ରନ୍‌ରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌)କୁ ପରାସ୍ତ କରିଛି। ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ରାଜସ୍ଥାନର ଜୋସ ବଟଲର୍‌ ଶତକ ଏବଂ ପରେ ଲେଗ ସ୍ପିନର ୟୁଜଭେନ୍ଦ୍ର ଚହଲ ହ୍ୟାଟ୍ରିକ ନେଇ ଦଳକୁ ବିଜୟ ପ୍ରଦାନ କରିଥିଲେ। ଆଇପିଏଲ ଇତିହାସରେ ଏହା ପ୍ରଥମ ଥର ପାଇଁ ଏକ ମ୍ୟାଚରେ ଏକ ଶତକ ସ୍କୋର କରାଯାଇଛି ଏବଂ ହ୍ୟାଟ୍ରିକ ମଧ୍ୟ ନିଆଯାଇଛି। ଏହାସହ ଆଇପିଏଲ୍‌ର ଜନ୍ମଦିନରେ ଚହଲ ହ୍ୟାଟ୍ରିକ୍‌ ନେଇଥିଲେ। ୨୦୦୮, ଏପ୍ରିଲ୍‌ ୧୮ରେ ପ୍ରଥମଥର ପାଇଁ ଆଇପିଏଲ୍‌ ଖେଳାଯାଇଥିଲା। ତେଣୁ ଚହଲଙ୍କ ହ୍ୟାଟ୍ରିକ୍‌ ସ୍ବତନ୍ତ୍ର।
କୋଲକାତା ବିପକ୍ଷରେ ଜିତିବା ପାଇଁ ରାଜସ୍ଥାନ ୨୧୮ ରନର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଏକ ସମୟରେ ଲାଗୁଥିଲା ଯେ ମ୍ୟାଚ ରାଜସ୍ଥାନର ହାତରୁ ଚାଲିଯିବ। କିନ୍ତୁ ଚହଲ ୧୭ ତମ ଓଭରରେ ମ୍ୟାଚକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଥିଲେ। ଚାହଲ କୋଲକାତା ଅଧିନାୟକ ଶ୍ରେୟାସ ଆୟର, ଶିବମ ମାଭି ଏବଂ ପ୍ୟାଟ କମିନ୍ସଙ୍କୁ ଆଉଟ୍‌ କରି ଏହି ଓଭରରେ ନିଜର ହ୍ୟାଟ୍ରିକ ନେଇଥିଲେ। ସେହି ସେ ୪ଟି ଉଇକେଟ୍‌ ନେଇଥିଲେ। ଚଳିତ ସିଜନରେ ହ୍ୟାଟ୍ରିକ ନେଇଥିବା ଚହଲ ପ୍ରଥମ ବୋଲର ହୋଇଛନ୍ତି। ସେ ମ୍ୟାଚରେ ୪ ଓଭରରେ ୪୦ ରନ ଦେଇ ୫ ଉଇକେଟ ନେଇଥିଲେ ଏବଂ ଏଥିପାଇଁ ତାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ମିଳିଥିଲା।
ଆଇପିଏଲରେ ହ୍ୟାଟ୍ରିକ ନେବାରେ ଚହଲ ହେଉଛନ୍ତି ୨୧ ତମ ବୋଲର ଏବଂ ରାଜସ୍ଥାନ ରୟାଲ୍ସର ପଞ୍ଚମ ବୋଲର। ତାଙ୍କ ପୂର୍ବରୁ ଅଜିତ ଚଣ୍ଡିଲା, ପ୍ରବୀଣ ତାମ୍ବେ, ସେନ୍‌ ୱାଟସନ ଏବଂ ଶ୍ରେୟାସ ଗୋପାଳ ଆଇପିଏଲରେ ରାଜସ୍ଥାନ ଦଳ ପାଇଁ ହ୍ୟାଟ୍ରିକ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?