Posted inଖେଳ

ୟୁଟ୍ୟୁବ୍‌ରୁ ଭିଡିଓ ଦେଖୁଦେଖୁ ପ୍ରେମରେ ପଡ଼ିଥିଲେ ଏହି କ୍ରିକେଟର: ଲକ୍‌ଡାଉନ୍‌ରେ ଆଗକୁ ବଢ଼ିଥିଲା କଥା

ନୂଆଦିଲ୍ଲୀ,୨୭।୫: ହାତକୁ ଦୁଇହାତ ହୋଇଛନ୍ତି ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ। ପ୍ରେମିକା ଧନଶ୍ରୀ ବର୍ମାଙ୍କୁ ବୈଦିକ ରୀତିନୀତିରେ ସେ ବିବାହ କରିଛନ୍ତି। ନିଜ ସୋସିଆଲ ମିଡିଆ ପୃଷ୍ଠାରେ ଉଭୟଙ୍କ ଏକାଧିକ ଫଟୋ ଶେୟାର କରି ଚହଲ ନିଜ ଖୁସି ପ୍ରଶଂସକଙ୍କ ସହ ବାଣ୍ଟିଥିଲେ।

ଚହଲ-ଧନଶ୍ରୀ ପ୍ରେମବିବାହ କରିଥିବା ବେଳେ ଉଭୟଙ୍କ କାହାଣୀ ବେଶ୍‌ ନିଆରା। ଗୁରୁଶିଷ୍ୟ ଭାବେ ଲକ୍‌ଡାଉନ୍‌ ବେଳେ ସେମାନେ ପରସ୍ପରକୁ ଭେଟିଥିଲେ। ଏକ ସାକ୍ଷାତକାରରେ ଧନଶ୍ରୀ କହିଥିଲେ, ଚହଲ ୟୁଟ୍ୟୁବରେ ତାଙ୍କର କିଛି ଭିଡିଓ ଦେଖିଥିଲେ। ସାରା ବିଶ୍ୱରେ ଲକ୍‌ଡାଉନ୍‌ ଚାଲିଥିବା ହେତୁ ଏହି ସମୟର ସଦୁପଯୋଗ କରିବାକୁ ଚାହୁଁଥିଲେ ଚହଲ। ଏଣୁ ସେ ନାଚ ଶିଖିବାକୁ ମନସ୍ଥ କରିଥିଲେ। ଏଥିଯୋଗୁ ଉଭୟ ନିକଟତର ହୋଇଥିଲେ। ପରେ ଏହା ନିର୍ବନ୍ଧ ଆଉ ଏବେ ବିବାହରେ ପରିଣତ ହୋଇଛି।

୨୦୧୧ରେ ଜିମ୍ବାଓ୍ବେ ବିପକ୍ଷ ଦିନିକିଆରେ ଡେବ୍ୟୁ କରିଥିଲେ ଚହଲ। ୩୦ ବର୍ଷୀୟ ଏହି ସ୍ପିନର ଭାରତୀୟ ଟିମ୍‌ରୁ ଖେଳି ୫୪ ଦିନିକିଆ, ୪୫ ଟି୨୦ ମ୍ୟାଚ୍‌ ଖେଳିସାରିଛନ୍ତି। ଦିନିକିଆରେ ୯୨ ଓ ଟି୨୦ରେ ସେ ୫୯ଟି ଉଇକେଟ ନେଇଛନ୍ତି। ଅପରପକ୍ଷେ ଧନଶ୍ରୀ ପେସାରେ ଜଣେ କୋରିଓଗ୍ରାଫର। ସେ ନିଜ ସୋସିଆଲ ପୃଷ୍ଠାରେ ନୃତ୍ୟର ଅନେକ ଭିଡିଓ ଶେୟାର କରିଛନ୍ତି। ସେ ନିଜ କମ୍ପାନୀ ମଧ୍ୟ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?