Posted inଖେଳ

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ ବନାମ ଆରଆର ମ୍ୟାଚ ଆରମ୍ଭ ପୂର୍ବରୁ ଚାହଲ ୧୫୨ ମ୍ୟାଚରେ ୧୯୯ ଉଇକେଟ ନେଇଥିଲେ ଏବଂ ଇତିହାସ ସୃଷ୍ଟି କରିବାକୁ ତାଙ୍କୁ ମାତ୍ର ଗୋଟିଏ ଉଇକେଟ ନେବାକୁ ପଡିଥିଲା। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚରେ ମହମ୍ମଦ ନବୀଙ୍କୁ ଆଉଟ୍‌ କରି ତାଙ୍କ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସରେ ଚହଲ ପ୍ରଥମ ବୋଲର୍‌ ଭାବେ ଏମିତି କାରନାମା କରିଛନ୍ତି। ଆଇପିଏଲରେ ଦ୍ୱିତୀୟ ସର୍ବାଧିକ ଉଇକେଟ ନେଇଥିବା ବୋଲର ହେଉଛନ୍ତି ଡ୍ବେନ ବ୍ରାଭୋ, ଯିଏକି ତାଙ୍କ କ୍ୟାରିୟରରେ ୧୮୩ ଉଇକେଟ ନେଇଥିଲେ।
ୟୁଜବେନ୍ଦ୍ର ଚହଲ ୨୦୧୩ରେ ଇଣ୍ଡିଆନ ପ୍ରିମିୟର ଲିଗରେ ପ୍ରଥମ ମ୍ୟାଚ ଖେଳିଥିଲେ ଏବଂ ଶେଷ ୧୨ ବର୍ଷ ମଧ୍ୟରେ ସେ ୩ଟି ଦଳ ପାଇଁ ଖେଳିଛନ୍ତି। ଚହଲ ୨୦୧୩ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ମାତ୍ର ଗୋଟିଏ ମ୍ୟାଚ ଖେଳି କୌଣସି ଉଇକେଟ ନେଇପାରି ନ ଥିଲେ। ଏହା ପରେ ସେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ୮ଟି ସିଜିନ୍‌ ଖେଳିଥିଲେ। ଚହଲ ଆଇପିଏଲରେ ଆରସିବି ପାଇଁ ୧୧୩ ମ୍ୟାଚ ଖେଳିଥିଲେ, ଏଥିରେ ସେ ୧୩୯ ଉଇକେଟ ନେଇଥିଲେ। ୨୦୨୨ରେ, ଲେଗ ସ୍ପିନ ଯାଦୁଗର ଚହଲ ରାଜସ୍ଥାନ ରୟାଲ୍ସରେ ପ୍ରବେଶ କରିଥିଲେ। ଚାହଲ ବର୍ତ୍ତମାନ ପର୍ଯ୍ୟନ୍ତ ଆରଆର ପାଇଁ ୩୯ଟି ମ୍ୟାଚ ଖେଳିଛନ୍ତି, ଏଥିରେ ତାଙ୍କ ସ୍ପିନ ବଲରେ ୬୧ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର...

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri