Posted inଖେଳ

ଶ୍ରୀଲଙ୍କା ହାତରୁ ମ୍ୟାଚ୍‌ ଛଡ଼ାଇ ଆଣିଲେ ଚହର

କଲମ୍ବୋ,୨୦ା୭: ସାମ୍ନାରେ ଥିଲା ୨୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ। କିନ୍ତୁ ୧୯୩ ରନ୍‌ରେ ୭ ଉଇକେଟ ହରାଇ ସାରିଥିଲା ଭାରତ। ବିଜୟର ଆଶା ପ୍ରାୟ ମଉଳି ଯାଇଥିଲା। କିନ୍ତୁ ମ୍ୟାଚ୍‌ର ଫଳାଫଳ ବଦଳି ଦେଇଥିଲେ ଦୀପକ ଚହର। ତାଙ୍କ ସହ ଭୁବନେଶ୍ୱର କୁମାରଙ୍କ ୮୪ ରନ୍‌ର ଭାଗୀଦାରିତା ଯୋଗୁ ଟିମ୍‌ ଇଣ୍ଡିଆ ୨ ଉଇକେଟରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ଏହି ବିଜୟ ସହ ସିରିଜ୍‌କୁ ୨-୦ରେ ଆଗୁଆ ଜିତି ନେଇଛି ଟିମ୍‌ ଇଣ୍ଡିଆ। ଅନ୍ୟପକ୍ଷରେ ଏହା ଶ୍ରୀଲଙ୍କା ଦଳର ଘରୋଇ ପରିବେଶରେ କ୍ରମାଗତ ୧୦ମ ପରାଜୟ।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୫୦ ଓଭରରେ ୯ ଉଇକେଟ ହରାଇ ୨୭୫ ରନ୍‌ କରିଥିଲା। ଦଳ ପାଇଁ ଅଭିଷ୍କା ଫର୍ନାଣ୍ଡୋ ୫୦, ଅସାଲାଙ୍କା ୬୫, ଚାମିରା କରୁଣାରତ୍ନେ ୪୪ ଓ ମିନୋଦ ଭାନୁକା ୩୬ ରନ୍‌ କରିଥିଲେ। ଭାରତ ପାଇଁ ଭୁବନେଶ୍ୱର କୁମାର ଓ ୟୁଜବେନ୍ଦ୍ର ଚହଲ ୩ ଲେଖାଏ ସଫଳତା ପାଇଥିବାବେଳେ ଦୀପକ ହାତେଇଥିଲେ ୨ ଉଇକେଟ। ଜବାବରେ ଭାରତୀୟ ଦଳ ଆରମ୍ଭରୁ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଏପରି କି ୧୯୩ ରନ୍‌ ପ୍ରମୁଖ ୭ ବ୍ୟାଟ୍ସମ୍ୟାନଙ୍କୁ ହରାଇ ସାରିଥିଲା। କିନ୍ତୁ ଆଶା ଛାଡ଼ି ନ ଥିଲେ ଦୀପକ ଓ ଭୁବି। ଦୁହେଁ ୮ମ ଉଇକେଟ ପାଇଁ ୮୪ ରନ୍‌ ଯୋଡ଼ି ଭାରତକୁ ଆଣି ଦେଇଛନ୍ତି କଷ୍ଟସାଧ୍ୟ ବିଜୟ। ଦୀପକ ୮୨ ବଲରେ ୭ ଚୌକା ଓ ୧ ଛକା ବଳରେ ୬୯ ଓ ଭୁବି ୧୯ (୨ ଚୌକା) ରନ୍‌ କରି ଅପରାଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri