Posted inଖେଳ

ରାହୁଲ ଦ୍ରାବିଡ ଖାଲି ଇନ୍ଦିରାନଗରର ନୁହେଁ ‘ଭାରତର ଗୁଣ୍ଡା’ ବୋଲି କହିଲେ ଚହର; ଦ୍ୱିତୀୟ ଦିନିକିଆରେ…

କଲମ୍ବୋ,୨୨।୭: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ପ୍ରଥମ ସଂସ୍କରଣରେ ଅନେକ ଉଲ୍ଲେଖନୀୟ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ହେଲେ ଏହି ସମୟରେ କ୍ରିକେଟ ପ୍ରଶଂସକମାନେ ରାହୁଲ ଦ୍ରାବିଡଙ୍କ ଗୁଣ୍ଡା ଅବତାରକୁ ଦେଖି ଚକିତ ହୋଇଥିଲେ। ଏକ ବିଜ୍ଞାପନରେ ରାହୁଲଙ୍କୁ ପ୍ରଥମ ଥର ପାଇଁ ସେଭଳି ଦେଖିଥିଲେ ସମସ୍ତେ। ସେବେଠାରୁ ଦ୍ରାବିଡଙ୍କ ନୂଆ ଡାକନାମ‘ ଇନ୍ଦିରାନଗରର ଗୁଣ୍ଡା’ ରଖାଯାଇଥିଲା। ଏବେ ଦୀପକ ଚହର ଦ୍ରାବିଡଙ୍କୁ ସମଗ୍ର ଭାରତର ଗୁଣ୍ଡା ବୋଲି କହି ଚର୍ଚ୍ଚାକୁ ଆସିଛନ୍ତି।

ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଦିନିକିଆରେ ନିଜର ଅଲରାଉଣ୍ଡ ପ୍ରଦର୍ଶନକୁ ନେଇ ଭାରତକୁ ଜିତାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ ଦୀପକ। ଅପରାଜିତ ୬୯ରନ୍‌ କରିବା ଯୋଗୁ ଭାରତ ନିଶ୍ଚିତ ପରାଜୟରୁ ରକ୍ଷା ପାଇଥିଲା। ଏବେ ତାଙ୍କର ବ୍ୟାଟିଂଶୈଳୀକୁ ବେଶ ପସନ୍ଦ କରାଯାଉଛି। ହେଲେ ଦ୍ରାବିଡ ଚହରଙ୍କୁ ଶୀର୍ଷ ଖେଳାଳି ଭାବେ ପଠାଇବାକୁ ଜୋର ଦେଇଥିଲେ।

ଏବେ ଭାରତୀୟ ଦଳ ସିରିଜରେ ୨-୦ରେ ଅଗ୍ରଣୀ ଥିବାକୁ ନେଇ ଦ୍ରାବିଡ ଓ ଚହରଙ୍କ ପ୍ରଶଂସା କରାଯାଉଛି। ଏବେ ତୃତୀୟ ଦିନିକିଆ ପୂର୍ବରୁ ଚହର ଖବରଦାତା ସମ୍ମିଳନୀରେ ଦର୍ଶକଙ୍କ ଭରପୂର ମନୋରଞ୍ଜନ କରିଥିଲେ। ଦ୍ରାବିଡ ସାର୍‌ ଏବେ ଇନ୍ଦିରାନଗରର ଗୁଣ୍ଡା ନୁହନ୍ତି ବରଂ ପୁରା ଭାରତର ଗୁଣ୍ଡା ପାଲଟିଛନ୍ତି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri