ମହିଳାଙ୍କଠାରୁ ଝାମ୍ପିନେଲେ ସୁନାଚେନ

ଗୋପାଳପୁର,୭ା୪(ନବୀନ ରାଜ ଆଚାରୀ): ଗୋପାଳପୁର ଥାନା ଅଞ୍ଚଳରେ ଲୁଟ, ଚୋରି ଓ ଅସାମାଜିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ବେଳାଭୂମିରେ ପ୍ରାତଃ ଭ୍ରମଣ ସମୟରେ ମହିଳାଙ୍କ ଠାରୁ ସୁନା ଚେନ ଦୁର୍ବୃତ୍ତ ମାନେ ଝାମ୍ପି ନେଇଥିବା ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ସଂଘମିତ୍ରା ଜେନା ତାଙ୍କ ପରିବାର ସହିତ ୪ ତାରିଖରେ ଗୋପାଳପୁର ବେଳାଭୂମିକୁ ବୁଲିବାକୁ ଆସିଥିଲେ। ସ୍ଥାନୀୟ ପାନ୍ଥନିବାସରେ ରହୁଥିଲେ। ସୋମବାର ସକାଳେ ସଂଘମିତ୍ରା ପ୍ରାତଃ ଭ୍ରମଣ ଲାଗି ବେଳାଭୂମିକୁ ଯାଇଥିଲେ। ଏଠାରେ ଚଲାବୁଲା କରୁଥିବା ସମୟରେ ୨ ଦୁର୍ବୃତ୍ତ ପଛପଟୁ ଆସି ତାଙ୍କ ବେକରୁ ଚେନ୍‌ ଝାମ୍ପିନେଇ ଚମ୍ପଟ ମାରିଥିଲେ। ଏନେଇ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ୯୭/୨୫ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ବିଭିନ୍ନ ସିସିଟିଭି ଫୁଟେଜ କରୁଛି। ସଂଘମିତ୍ରା କଟକ ଜିଲାରେ ଡାକ୍ତର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri