Posted inଜାତୀୟ

ଜେଲରେ ବନ୍ଦ ଥିବା ଅରବିନ୍ଦ କେଜରିଓ୍ବାଲ, ହେମନ୍ତ ସୋରେନଙ୍କ ପାଇଁ ଷ୍ଟେଜରେ ଖାଲି ରହିଲା ଚୌକି

ରାଞ୍ଚି,୨୧।୪: ରାଞ୍ଚିରେ ଚାଲିଥିବା ‘ଇଣ୍ଡିଆ’ ମିଳିତ ସମାବେଶରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପାଇଁ ଦୁଇଟି ଚେୟାର ମଞ୍ଚରେ ଖାଲି ରହିଥିଲା। କେଜରିୱାଲ ଏବଂ ସୋରେନ ବିଭିନ୍ନ ମାମଲାର ବିଚାରକୁ ନେଇ ଜେଲରେ ଅଛନ୍ତି। ମୁଖ୍ୟତଃ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଦ୍ୱାରା ‘ଉଲଗୁଲାନ ନ୍ୟାୟ ମହରାଲି’ ଆୟୋଜିତ ହୋଇଛି। ବହୁ ସଂଖ୍ୟକ ପାର୍ଟି କର୍ମୀ ସୋରେନଙ୍କ ‘ମାସ୍କ’ ପିନ୍ଧିଥିବାର ନଜର ଆସିଥିଲେ।

ଜାନୟାରୀ ୩୧ ରାତିରେ ସୋରେନଙ୍କୁ ଜମି ଠକେଇ ଅଭିଯୋଗରେ ମନି ଲଣ୍ଡରିଂ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଥିଲା। ମାର୍ଚ୍ଚ ୨୧ରେ ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଏକ ମାମଲାରେ ଇଡି କେଜରିୱାଲଙ୍କୁ ଗିରଫ କରିଥିଲା।
ଜେଏମଏମ କାର୍ଯ୍ୟକାରୀ ସଭାପତି ସୋରେନ ଏବଂ ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ କେଜରିୱାଲଙ୍କ ପାଇଁ ମଞ୍ଚ ଉପରେ ଚେୟାର ଖାଲି ରହିଥିଲା। ଏହି ରାଲିରେ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ଏବଂ ଅରବିନ୍ଦ କେଜରିୱାଲଙ୍କ ପତ୍ନୀ ସୁନୀତା କେଜରିୱାଲ ମଞ୍ଚ ଉପରେ ବସିଥିଲେ। ଏହି ରାଲିରେ ଉପସ୍ଥିତ ଥିବା ଲୋକମାନେ ‘ଜେଲର ତାଲା ଭାଙ୍ଗିବ, ହେମନ୍ତ ସୋରେନ ମୁକ୍ତ ହେବେ’ ଭଳି ସ୍ଲୋଗାନ ଦେଇଥିଲେ।
ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ତାପମାତ୍ରା ପ୍ରାୟ ୪୦ ଡିଗ୍ରୀ ସେଲସିୟସ ଥିବା ସତ୍ତ୍ୱେ କର୍ମିମାନେ ଉଲଗୁଲାନ ନ୍ୟାୟା ମହାରାଲି ପାଇଁ ଏକତ୍ରିତ ହୋଇଥିଲେ। କଳ୍ପନା ଏବଂ ସୁନୀତାଙ୍କ ବ୍ୟତୀତ ଜେଏମଏମ ସୁପ୍ରିମୋ ଶିବୁ ସୋରେନ, ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ରାଷ୍ଟ୍ରୀୟ ସମ୍ମିଳନୀ ସଭାପତି ଫାରୁକ ଅବଦୁଲ୍ଲା, ରାଷ୍ଟ୍ରିୟ ଜନତା ଦଳ (ଆରଜେଡି) ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ସମାଜବାଦୀ ପାର୍ଟି (ଏସପି) ମୁଖ୍ୟ ଅଖିଳେଶ ଯାଦବ ଏହି ସମାବେଶରେ ଅନ୍ୟ ନେତାମାନେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri