ବଲାଙ୍ଗୀର ମ୍ୟୁନିସିପାଲଟିର ଦାୟିତ୍ୱ ଗ୍ରହଣ କଲେ ଅଧ୍ୟକ୍ଷା

ବଲାଙ୍ଗୀର ଅଫିସ,୬ା୪: ବଲାଙ୍ଗୀର ମ୍ୟୁନିସିପାଲଟିର ନବ ନିର୍ବାଚିତ ଅଧ୍ୟକ୍ଷା ଲିକା ସାହୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲା ପ୍ରଶାସନ ପକ୍ଷରୁ ନବ ନିର୍ବାଚିତ ଅଧ୍ୟକ୍ଷାଙ୍କ ସମେତ ୨୧ଜଣ କାଉନ୍‌ସିଲରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରଯାଇଥିଲା। ଏହି ସ୍ବାଗତ ସମ୍ବର୍ଦ୍ଧନା ସଭାରେ ବଲାଙ୍ଗିର ଉପ-ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ଲମ୍ବୋଧର ଧରୁଆ ଓ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ବିପିନ ବିହାରୀ ଦିପଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିପରି ବହୁ ବିଜେଡି ନେତା ଓ କର୍ମୀମାନେ ମଧ୍ୟ ଏହି ସମାରୋହରେ ଯୋଗଦେଇଥିଲେ। ନବ ନିର୍ବାଚିତ ପାର୍ଥିନୀ ଓ ପାର୍ଥୀମାନଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ଫୁଳତୋଡ଼ା ଦେଇ ସ୍ବାଗତ କରାଯାଇଥିଲା। ଜିଲା ପ୍ରଶାସନ ପକ୍ଷରୁ ନବ ନିର୍ବାଚିତ ଅଧ୍ୟକ୍ଷା ଓ କାଉନ୍‌ସିଲରମାନଙ୍କୁ ଉପଜିଲାପାଳ ଶ୍ରୀ ଧରୁଆ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଏହାପରେ ବଲାଙ୍ଗିର ମ୍ୟୁନିସିପାଲିଟିର ବିଧିବଦ୍ଧ ଅଧ୍ୟକ୍ଷା ଭାବେ ଶ୍ରୀମତୀ ଲିକା ସାହୁ ବୁଧବାର ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ ସେ ସମସ୍ତ ନେତା ଓ କର୍ମୀଙ୍କୁ ସମ୍ବୋଧିତ କରିବା ସହ ମୁଖ୍ୟମନ୍ତ୍ରୀଙ୍କର ମହିଳାମାନଙ୍କ ପାଇଁ ଯେଉଁ ଯୋଜନା ରହିଛି ତାଉପରେ କାର୍ଯ୍ୟ କରିବେ ବୋଲି କହିଛନ୍ତି। ଏଥିସହ ବଲାଙ୍ଗୀରର ସହରବାସୀଙ୍କ ସହ ପରିବାର ସଦସ୍ୟ ଭଳି ମିଶି କାମ କରିବେ ବୋଲି ଲିକା ସାହୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri