ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ ମା’ ଠାକୁରାଣୀ ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ ଦର୍ଶନ ଦେଲା ପରେ ରବିବାର ସକାଳେ ନିଜ ଆସ୍ଥାନରେ ବିରାଜମାନ କରିଛନ୍ତି ।

ପୂଜକ ଭକ୍ତଙ୍କ ପିଠିରେ ମା’ଙ୍କୁ ଆସ୍ଥାନକୁ ନେଇଥିଲେ । ମା’ ଠାକୁରାଣୀଙ୍କ ଘଣ୍ଟଯାତ୍ରା ଦ୍ୱିତୀୟା ତିଥିରୁ ଆରମ୍ଭ ହୋଇଥିବାବେଳେ ଲାଞ୍ଜିଗଡ ରାଜ ଉଆସରୁ ଘଣ୍ଟକୁ ଶୃଙ୍ଗାର କରି ଗାଁ ମଝିରେ ଥିବା ମନ୍ଦିରକୁ ଅଣାଯାଇ ପୂଜାର୍ଚ୍ଚନା କରି ପୂଜକମାନେ ଆହ୍ୱାନ କରିଥିଲେ । ଜମ୍ବେଶ୍ୱର ପୂଜାରୀ ମା’ଙ୍କ ଘଣ୍ଟକୁ ମୁଣ୍ଡରେ ବହନ କରିଥିବା ବେଳେ ମୁଖ୍ୟ ପୂଜକ ଅଭିମନ୍ୟୁ ପାତ୍ର  ପୂଜାର୍ଚ୍ଚନା ସହିତ ଘଣ୍ଟ ସାଙ୍ଗରେ ଅଞ୍ଚଳର ବିଭିନ୍ନ ଗାଁ ପରିକ୍ରମା କରିଥିଲେ ଏବଂ ଭକ୍ତମାନେ ମା’ଙ୍କୁ ଦର୍ଶନ କରିଥିଲେ । ଦୀର୍ଘ ୮ ଦିନ କାଳ ବିଭିନ୍ନ ଗାଁକୁ ଯାଇ ଭକ୍ତମାନଙ୍କ ଘରେ ପୂଜା ପାଇବା ପରେ ନବମ ଦିନ ନିଜ ମନ୍ଦିରରେ ଗୋଟିଏ ଦିନ ପାଇଁ ବିଶ୍ରାମ ନେଇଥିଲେ। ପୁଣି ସେହିଦିନ ସନ୍ଧ୍ୟାରେ ଲାଞ୍ଜିଗଡ ରାଜାଙ୍କ ଘରକୁ ଯାଇ ପୂଜା ପାଇବା ପରେ ନବମ ଦିବସ ରାତିସାରା ଲାଞ୍ଜିଗଡ ସହରର ସମସ୍ତ ଘରକୁ ଯାଇ ଝୁଣା, ପଣାପାଣି, ଗଜାମୁଆ ଇତ୍ୟାଦି ଭୋଗ ଗ୍ରହଣ କରିଥିଲେ।

ରବିବାର ଉଦଯାପନି ଦିବସରେ ମା’ଙ୍କ ସେବକ ପୂଜାରୀ ପଡ଼ାରୁ ଏକ ବିରାଟ ଆଡୁଆଳରେ ମା’ଙ୍କୁ ମନ୍ଦିରକୁ ଆଣିଥିଲେ। ଗ୍ରାମର ପ୍ରତ୍ୟେକ ପଡାବାସୀ ନିଜ ଦ୍ବାର ସାମ୍ନାରେ ଚିତା ଆଙ୍କି ଘଣ୍ଟ, ଘଣ୍ଟା, ଶଙ୍ଖ, ଖୋଳତାଳ ବାଦ୍ୟରେ ଠାକୁରାଣୀଙ୍କୁ ସ୍ୱାଗତ କରି ଭୋଗ ଅର୍ପଣ କରିଥିଲେ । ମାନସିକଧାରୀମାନେ ବୋଦା, କୁକୁଡ଼ା, ପାରା ବଳି ମଧ୍ୟ ଦେଇଥିବାର ଦେଖିବାକୁ ମିଳିଥିଲା। ଠାକୁରାଣୀ ପରେ ନିଜ ଆସ୍ଥାନକୁ ଆସିବା ସମୟରେ ଭକ୍ତମାନଙ୍କ ପିଠିରେ ଚଢି ନିଜ ଆସ୍ଥାନରେ ବିରାଜମାନ କରିଥିଲେ । ମା’ ପିଠି ଉପରେ ଚଢି ଆସିଲେ ବିଭିନ୍ନ ରୋଗ ଶୋକ ଦୂର ହେବା ସହ ଶାନ୍ତିମୟ ଜୀବନଯାପନ କରିବାର ବିଶ୍ୱାସ ରହିଛି । ମନ୍ଦିରକୁ ଆସିବା ପରେ ଗ୍ରାମର ସମସ୍ତଙ୍କ ଘରୁ ଶସ୍ୟ ସଂଗ୍ରହ କରାଯାଇଥିଲା। ସେହି ଶସ୍ୟଙ୍କୁ ଠାକୁରାଣୀଙ୍କ ଘରେ ପୂଜାର୍ଚ୍ଚନା କଲା ପରେ ଭକ୍ତମାନଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଥିଲା।

ସେହି ଶସ୍ୟକୁ ରଖି ଅକ୍ଷୟ ତୃତୀୟାରେ ବାହାର କରି ଜମିରେ ଦେଲେ ଭଲ ଅମଳ ହୁଏ ବୋଲି ମଧ୍ୟ ବିଶ୍ୱାସ ରହିଛି। ମା’ ଠାକୁରାଣୀଙ୍କ ୯ ଦିନ ଧରି ଏହି ଘଣ୍ଟଯାତ୍ରା ମହା ଆଡମ୍ବର ସହିତ ପାଳନ ହୋଇଥିବା ବେଳେ ମନ୍ଦିରକୁ ଆଲୋକମାଳାରେ ସୁସଜିତ କରାଯାଇଥିଲା। ଭକ୍ତଙ୍କ ମନରଞ୍ଜନ ପାଇଁ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଆଜି ଶେଷଦିନରେ ହଜାର ହଜାର ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା । ଏହି ଯାତ୍ରାକୁ ଶାନ୍ତିଶୃଙ୍ଖଳା ସହିତ ପାଳନ କରିବା ପାଇଁ ମାଁ ଠାକୁରାଣୀ ପୂଜା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri