ଚୈତ୍ର ପ୍ରଥମ ସୋମବାର ଭକ୍ତମୟ ଶୈବପୀଠ

ଭୋଗରାଇ,୨୦ା୩(ଡ଼ି.ଏନ୍‌.ଏ.): ଚୈତ୍ର ମାସ ପ୍ରଥମ ସୋମବାର ଶୈବପୀଠଗୁିଡ଼ିକ ଭକ୍ତମୟ ହୋଇଛି। ଏହି ମାସ ଶିବଙ୍କ ବିବାହ ମାସ ହୋଇଥିବାରୁ ଶିବଙ୍କୁ ଆରାଧନା କଲେ ପୂଣ୍ୟ ଫଳ ମିଳିଥାଏ ବୋଲି ହିନ୍ଦୁଧର୍ମରେ ବିଶ୍ୱାସ ରହିଛି। ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର ସର୍ବବୃହତ ଶିବଲିଙ୍ଗ ଭୂଷଣ୍ଡେଶ୍ୱର ମହାଦେବଙ୍କ ସହିତ ପୁରପଲ୍ଲୀରେ ଥିବା ଶତାଧିକ ଶୈବପୀଠରେ ସୋମବାର ପ୍ରତ୍ୟୁଷରୁ ଭକ୍ତଙ୍କ ନାହିଁ ନ ଥିବା ଗହଳି ଲାଗିଛି। ଭକ୍ତମାନେ ପ୍ରଭୁଙ୍କ ଆରଧନା କରିଛନ୍ତି।
ପ୍ରଥମ ସୋମବାର ଯୋଗୁ ହୁଗୁଳି ଗ୍ରାମର କୂଳ ପାଉ ନ ଥିବା ଜଳଜନ୍ତ୍ର ଦେବତା ଚନ୍ଦନେଶ୍ୱର ମହାଦେବଙ୍କଠାରେ ଶତାଧିକ ମାନସିକ ଭକ୍ତ ଅଧିଆ ପଡିଥିବା ବେଳେ ପଶ୍ଚିମବଙ୍ଗ ସମେତ ଓଡ଼ିଶାର ବିଭିନ୍ନ ଜିଲାରୁ ଲକ୍ଷାଧିକ ଶୈବଭକ୍ତଙ୍କ ସମାଗମରେ ପୀଠ ପ୍ରକମ୍ପିତ ହୋଇଛି। ଭକ୍ତଙ୍କ ପ୍ରବଳ ଭିଡରେ ଚନ୍ଦନେଶ୍ୱର ମହାଦେବଙ୍କ ମନ୍ଦିର ଭିତର ଗର୍ତ୍ତ ଗର୍ଭରେ ଭକ୍ତଙ୍କ ପୂଜା ଲାଗି ଠେଲାପେଲାରେ ବହୁ ଭକ୍ତ ଅଚେତ ହୋଇପଡ଼ିଥିଲେ। ଭକ୍ତଙ୍କ ସକାଶେ ଟ୍ରଷ୍ଟବୋର୍ଡ଼ ପକ୍ଷରୁ କୌଣସି ବ୍ୟବସ୍ଥା ନ ଥିବାରୁ ସେବାୟତ ଓ ପୂଜାରୀମାନେ ଅଣନିଃଶ୍ୱାସୀ ହେବା ସହିତ କମ୍‌ସଂଖ୍ୟକ ପୋଲିସ ମୁତୟନ ଥିବାରୁ ଟ୍ରାଫିକ ସମସ୍ୟା ଓ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥା ଢିଲା ପଡିଥିଲା। କେତେକ ମହିଳା ଭକ୍ତଙ୍କ ବେକରୁ ସୁନାଚେନ ଓ ଲକେଟ୍‌ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। ପ୍ରତିକୂଳ ପାଗ ସତ୍ତ୍ୱେ ଚୌକି ଗ୍ରାମର ନୀଳକଣ୍ଠେଶର, ଦେଉଳା ହାଟରେ ଅନନ୍ତପୁରୁଷୋତ୍ତମ, ଭୋଗରାଇ ହାଟ ଓ କମର୍ଦ୍ଦାସ୍ଥିତ ବାରଦେଉଳି, ଆରୁହାବୃତ୍ତିରେ ଅଷ୍ଟଶମ୍ଭୁ, ପୁଟିଣାରେ ପୁଟିଣେଶ୍ୱର, କୁମ୍ଭାରମୁଳିରେ ଧବଳେଶ୍ୱର, ଗୋବର୍ଦ୍ଧନପୁରରେ ଝଗ ଆଦି ମହାଦେବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri