ଆସନ୍ତାକାଲିଠାରୁ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପ୍ରସ୍ତୁତି ଜୋରଦାର

ପୁରୁଷୋତ୍ତମପୁର,୯।୩ (ସବିତା ମିଶ୍ର): ଗଞ୍ଜାମର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆସନ୍ତାକାଲିଠାରୁ ଆରମ୍ଭ ହେବ। ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ଯୋଗଦେବେ। ଏହାକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଗଞ୍ଜାମ ଜିଲାପାଳ ଶ୍ରୀ ଓ୍ବି କୀର୍ତ୍ତି ଓ୍ବାସନଙ୍କ ତତ୍ତ୍ୱାବଧାନରେ ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ଅତିରିକ୍ତ ଏସପି ପ୍ରଶାନ୍ତ ଦାଶ, ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା, ବିଡିଓ ଶରତ କୁମାର ପାତ୍ର, ଏସଏସି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ, ଏସଡିପିଓ ସୁଜିତ କୁମାର ନାୟକ, ଆଇଆଇସି କୁଳମଣୀ ସେଠୀ ଉପସ୍ଥିତ ରହି ତଦାରଖ କରିବାରେ ଲାଗିଛନ୍ତି। କିପରି ଭକ୍ତମାନେ ଶାନ୍ତି ଶୃଙ୍ଖଳାରେ ଆସି ମା’ଙ୍କ ଦର୍ଶନ କରିପାରିବେ, ମାନସିକଧାରୀମାନେ ମୁଣ୍ଡନ କରିବେ, ସେଥିନେଇ ଅସ୍ଥାୟୀ ବସଷ୍ଟାଣ୍ଡ, ପାହାଡ ଉପରକୁ ଯିବାଲାଗି ସ୍ବତନ୍ତ୍ର ବସ, ରୋପୱେର ବ୍ୟବସ୍ଥା, ପାନୀୟ ଜଳ, ଆଦି ବିଭିନ୍ନ ବନ୍ଦୋବସ୍ତ କରାଯାଇଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ୨ ଜଣ ଅତିରିକ୍ତ ଏସପି,୪ ଜଣ ଡିଏସପି, ୧୫ ଜଣ ଇନ୍ସପେକ୍ଟର,୧୧୨ ଜଣ ଏସଆଇ,ଏଏସଆଇ,୨୫୦ ହୋମଗାର୍ଡ,୧୫୪ ଓପିଏଫ, ୧୧ ଜଣ ହାବିଲଦାର ଓ ୧୩ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବାବେଳେ ବହୁ ସ୍ବେଚ୍ଛାସେବୀ, ବାରିକ ନିୟୋଜିତ ହୋଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri