ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮ ଦିନିଆ ଚୈତ୍ର ଯାତ୍ରା ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ମାତ୍ର ଏହି ଭକ୍ତିମୟ ମହୋତ୍ସବରେ ପୂଜା କମିଟିର ଚରମ ଅବ୍ୟବସ୍ଥା ଦେଖିବାକୁ ମିଳିଛି, ଯାହା ଶ୍ରଦ୍ଧାଳୁଙ୍କୁ ମର୍ମାହତ କରିଛି।

ପବିତ୍ର ଚୈତ୍ର ଶୁକ୍ଳ ପକ୍ଷ ସପ୍ତମୀ ତିଥିରେ ମା’ଙ୍କ ଆଜ୍ଞାମାଳ ବାହାରିବା ପରେ ପାରମ୍ପରିକ ଘଟ ପରିକ୍ରମା ଆରମ୍ଭ ହୋଇଥିଲା। ପରମ୍ପରା ଅନୁଯାୟୀ ମା’ଙ୍କ ଘଟ ସାତୋଟି ପ୍ରମୁଖ ଗୃହ ପରିକ୍ରମା କରିବାର ବିଧି ରହିଛି। ମାତ୍ର ଦୁଃଖର ବିଷୟ ଯେ, ଯାତ୍ରା ମାର୍ଗରେ ଉପଯୁକ୍ତ ଆଲୋକୀକରଣ ବ୍ୟବସ୍ଥା କରାଯାଇ ନାହିଁ। ଫଳରେ ଅନ୍ଧାର ମଧ୍ୟରେ କେବଳ ଏକ ଛୋଟ ହାତ ଲାଇଟ୍‌ (Torch) ସାହାଯ୍ୟରେ ମା’ଙ୍କ ଘଟ ବୁଲୁଥିବା ଦେଖିବାକୁ ମିଳିଛି। ଜଣେ ଆରାଧ୍ୟ ଦେବୀଙ୍କ ଯାତ୍ରା ସମୟରେ ଏଭଳି ସାମାନ୍ୟ ଆଲୋକର ଅଭାବ ପୂଜା କମିଟିର ପରିଚାଳନା ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ସୂଚନାଯୋଗ୍ୟ ଯେ, ଏହି ବାର୍ଷିକ ଯାତ୍ରା ପାଇଁ ପୂଜା କମିଟି ପକ୍ଷରୁ ବିଭିନ୍ନ ସୂତ୍ରରୁ ମୋଟା ଅଙ୍କର ଚାନ୍ଦା ସଂଗ୍ରହ କରାଯାଇଛି। ଭକ୍ତମାନେ ମଧ୍ୟ ମା’ଙ୍କ କାର୍ଯ୍ୟ ପାଇଁ ମୁକ୍ତ ହସ୍ତରେ ଦାନ କରୁଛନ୍ତି। ଏତେ ପରିମାଣର ଅର୍ଥ ସଂଗୃହିତ ହେଉଥିଲେ ହେଁ, ଯାତ୍ରା ସମୟରେ ସାମାନ୍ୟ ଆଲୋକ ବ୍ୟବସ୍ଥା ନହେବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। “ସଂଗୃହିତ ଚାନ୍ଦା ଟଙ୍କା କେଉଁ କାର୍ଯ୍ୟରେ ବିନିଯୋଗ ହେଉଛି?” ବୋଲି ସାଧାରଣରେ ପ୍ରଶ୍ନ ଉଠିଛି।

ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଯାତ୍ରାରେ ପୂଜକ ଡମ୍ବରୁଧର ପୂଜାରୀ, ଭୈରବ କାଳିସୀ ଯୁବକଲାଲ ପରିଚ୍ଛା ଏବଂ ମା’ ମାଣିକେଶ୍ୱରୀଙ୍କ ପୂଜକ ଶରତ ଚନ୍ଦ୍ର ପୂଜାରୀଙ୍କ ଉପସ୍ଥିତିରେ ବିଭିନ୍ନ ନୀତିକାନ୍ତି ଜାରି ରହିଛି। ପାରମ୍ପରିକ ବାଦ୍ୟର ତାଳେ ତାଳେ ଭକ୍ତମାନେ ମା’ଙ୍କୁ ଦର୍ଶନ କରୁଥିବା ବେଳେ, ଆଗାମୀ ଦିନରେ ଅବ୍ୟବସ୍ଥା ସୁଧାରିବା ପାଇଁ ପୂଜା କମିଟି ନିକଟରେ ଜନସାଧାରଣ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?