୧୮ରୁ ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରା: ପ୍ରସ୍ତୁତି ଅନୁଧ୍ୟାନ କଲେ ଜିଲାପାଳ, ମନ୍ଦିରକୁ ଯିବା ପାଇଁ ଚାଲିବ ସ୍ବତନ୍ତ୍ର ବସ୍‌

ଛତ୍ରପୁର, ୧୫।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରସିଦ୍ଧ ଇଷ୍ଚଦେବୀ ମା’ ତାରାତାରିଣୀଙ୍କ ହେବାକୁ ଥିବା ଚୈତ୍ର ଯାତ୍ରାର ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି। ଏଥିସହ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନେଇ ପ୍ରସ୍ତୁତିର ଏକ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ଏହା କିଭଳି ସୁରୁଖୁରୁରେ ହେବ ସେଥିନେଇ ସେ ଗୁରୁତ୍ୱାରୋପ କରିଛନ୍ତି। ଏଥିପାଇଁ ଗଞ୍ଜାମ ଜିଲାପ୍ରଶାସନ ପ୍ରତଶ୍ରୁତିବଦ୍ଧ ବୋଲି ଜିଲାପାଳ କହିଛନ୍ତି।

ଚଳିତ ଥର ମା’ଙ୍କ ପୀଠରେ ଚାରିଗୋଟି ମଙ୍ଗବାରରେ ଯାତ୍ରା ଅନୁଷ୍ଠିତ ହେବ। ଚଳିତମାସ ୧୮ ତାରିଖରୁ ଯାତ୍ରାର ପ୍ରଥମ ପାଳି ଆରମ୍ଭ ହେବ। ୨୫ରେ ଦ୍ବିତୀୟ, ଏପ୍ରିଲ ୧ରେ ତୃତୀୟ ଏବଂ ୮ ତାରିଖରେ ଚତୁର୍ଥ ପାଳି ଯାତ୍ରା ହେବ। ଆଗକୁ ପ୍ରବଳ ଗ୍ରୀଷ୍ମ ପ୍ରବାହର ଆଶଙ୍କା ରହିଥିବା ସହ ଯାତ୍ରା ସମୟରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବେ । ଏଥିଲାଗି କିଭଳି ସମସ୍ତ ଭକ୍ତ ସୁବିଧା ଓ ଶାନ୍ତି ଶୃଙ୍ଖଳାର ସହ ମା’ଙ୍କ ଦର୍ଶନକରିବେ ସେଥିନେଇ ସମସ୍ତ ପ୍ରକାର ବ୍ୟବସ୍ଥା ହେବ ସେନେଇ ବିଭିନ୍ନ ବିଭାଗର ଅଧିକାରୀଙ୍କ ଠାରୁ ଜିଲାପାଳ ପଚାରି ବୁଝିଛନ୍ତି। ବିଶେଷକରି ଅପରାଧ ନିୟନ୍ତ୍ରଣ ଲାଗି ଯାତ୍ରାସମୟରେ ସମ୍ପୂର୍ଣ୍ଣରୂପେ ମଦ ବନ୍ଦକରିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଭକ୍ତଙ୍କ ସୁବିଧାଲାଗି ପାହାଡ ଉପରେ ଥିବା ମା’ଙ୍କ ମନ୍ଦିରକୁ ଯିବା ପାଇଁ ୪୦ ଗୋଟି ସ୍ବତନ୍ତ୍ର ବସ୍‌ ନିୟୋଜିତ ହେବା ସହ ଅଂଶୁଘାତର ମୁକାବିଲା ଲାଗି ସ୍ବତନ୍ତ୍ର ଏସି ରୁମ୍‌ର ବ୍ୟବସ୍ଥା , ଭକ୍ତଙ୍କ ଲାଗି ପ୍ରସାଦର ସେବନର ବ୍ୟବସ୍ଥା, ପାନୀୟଜଳ ଓ ଆଲୋକିକରଣ, ଟ୍ରାଫିକ ସମସ୍ୟାକୁ ନିୟନ୍ତ୍ରଣ କରିବା ଆଦି ବିଭିନ୍ନ ସମ୍ପର୍କରେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri