୧୮ରୁ ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରା: ପ୍ରସ୍ତୁତି ଅନୁଧ୍ୟାନ କଲେ ଜିଲାପାଳ, ମନ୍ଦିରକୁ ଯିବା ପାଇଁ ଚାଲିବ ସ୍ବତନ୍ତ୍ର ବସ୍‌

ଛତ୍ରପୁର, ୧୫।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରସିଦ୍ଧ ଇଷ୍ଚଦେବୀ ମା’ ତାରାତାରିଣୀଙ୍କ ହେବାକୁ ଥିବା ଚୈତ୍ର ଯାତ୍ରାର ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି। ଏଥିସହ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନେଇ ପ୍ରସ୍ତୁତିର ଏକ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ଏହା କିଭଳି ସୁରୁଖୁରୁରେ ହେବ ସେଥିନେଇ ସେ ଗୁରୁତ୍ୱାରୋପ କରିଛନ୍ତି। ଏଥିପାଇଁ ଗଞ୍ଜାମ ଜିଲାପ୍ରଶାସନ ପ୍ରତଶ୍ରୁତିବଦ୍ଧ ବୋଲି ଜିଲାପାଳ କହିଛନ୍ତି।

ଚଳିତ ଥର ମା’ଙ୍କ ପୀଠରେ ଚାରିଗୋଟି ମଙ୍ଗବାରରେ ଯାତ୍ରା ଅନୁଷ୍ଠିତ ହେବ। ଚଳିତମାସ ୧୮ ତାରିଖରୁ ଯାତ୍ରାର ପ୍ରଥମ ପାଳି ଆରମ୍ଭ ହେବ। ୨୫ରେ ଦ୍ବିତୀୟ, ଏପ୍ରିଲ ୧ରେ ତୃତୀୟ ଏବଂ ୮ ତାରିଖରେ ଚତୁର୍ଥ ପାଳି ଯାତ୍ରା ହେବ। ଆଗକୁ ପ୍ରବଳ ଗ୍ରୀଷ୍ମ ପ୍ରବାହର ଆଶଙ୍କା ରହିଥିବା ସହ ଯାତ୍ରା ସମୟରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବେ । ଏଥିଲାଗି କିଭଳି ସମସ୍ତ ଭକ୍ତ ସୁବିଧା ଓ ଶାନ୍ତି ଶୃଙ୍ଖଳାର ସହ ମା’ଙ୍କ ଦର୍ଶନକରିବେ ସେଥିନେଇ ସମସ୍ତ ପ୍ରକାର ବ୍ୟବସ୍ଥା ହେବ ସେନେଇ ବିଭିନ୍ନ ବିଭାଗର ଅଧିକାରୀଙ୍କ ଠାରୁ ଜିଲାପାଳ ପଚାରି ବୁଝିଛନ୍ତି। ବିଶେଷକରି ଅପରାଧ ନିୟନ୍ତ୍ରଣ ଲାଗି ଯାତ୍ରାସମୟରେ ସମ୍ପୂର୍ଣ୍ଣରୂପେ ମଦ ବନ୍ଦକରିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଭକ୍ତଙ୍କ ସୁବିଧାଲାଗି ପାହାଡ ଉପରେ ଥିବା ମା’ଙ୍କ ମନ୍ଦିରକୁ ଯିବା ପାଇଁ ୪୦ ଗୋଟି ସ୍ବତନ୍ତ୍ର ବସ୍‌ ନିୟୋଜିତ ହେବା ସହ ଅଂଶୁଘାତର ମୁକାବିଲା ଲାଗି ସ୍ବତନ୍ତ୍ର ଏସି ରୁମ୍‌ର ବ୍ୟବସ୍ଥା , ଭକ୍ତଙ୍କ ଲାଗି ପ୍ରସାଦର ସେବନର ବ୍ୟବସ୍ଥା, ପାନୀୟଜଳ ଓ ଆଲୋକିକରଣ, ଟ୍ରାଫିକ ସମସ୍ୟାକୁ ନିୟନ୍ତ୍ରଣ କରିବା ଆଦି ବିଭିନ୍ନ ସମ୍ପର୍କରେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?