ଅମଳ ସମୟରେ ଚକଡ଼ା ଦୁଃଖ

ଲଙ୍ଗଳେଶ୍ୱର,୧।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ସାର୍ଥା ଗ୍ରାମର ହଜାର ହଜାର ହେକ୍ଟର ଚାଷଜମିରେ ଚକଡ଼ା ପୋକ ଲାଗିବା ଯୋଗୁ ଚାଷୀମାନଙ୍କ ମୁଣ୍ଡରେ ଚଡ଼କ ପଡ଼ିଛ। ଧାନ ଗଛ ଆହାର ନେବା ସମୟରେ ବର୍ଷା ଅଭାବ ଏବଂ ଅମଳ ସମୟରେ ଚକଡ଼ା ପୋକ ଲାଗିବା ଯୋଗୁ ଧାନ ସବୁ ଅଗାଡ଼ି ହୋଇଯାଇଛି। ଏନେଇ ବାରମ୍ବାର କୃଷି ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ବ୍ୟାଙ୍କରୁ ଋଣ ଆଣି ଚାଷ କରିଥିବା ଚାଷୀମାନେ ଏବେ କେମିତି ଋ଼ଣ ପରିଶୋଧ କରିବେ ସେନେଇ ଚିନ୍ତାରେ ପଡ଼ିଛନ୍ତି। ଗତ ୟାସ୍‌ ବାତ୍ୟାରେ ସାର୍ଥା ଗ୍ରାମରେ ୧୨ ହଜାର ଏକରରୁ ଊଦ୍ଧର୍‌ବ ଚାଷଜମିରେ ଲୁଣାପାଣି ମାଡିବା ଯୋଗୁ ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଚଳିତବର୍ଷ ଧାନ ଅମଳ କରି କିଛି ଋ଼ଣ ପରିଶୋଧ କରିବେ ବୋଲି ଚାଷୀମାନେ ଆଶା ରଖିଥିଲେ। ମାତ୍ର ଅମଳ ସମୟରେ ଚକଡ଼ା ପୋକ ଚାଷୀଙ୍କ ସ୍ବପ୍ନକୁ ସାରିଦେଲା। ପରିବାର ମୁହଁରେ ଦାନା ଦେବା ପାଇଁ ମଧ୍ୟ ବିଲରେ ଧାନ ନାହିଁ। କ୍ଷତିଗ୍ରସ୍ତ ଚାଷୀଙ୍କୁ ଆର୍ଥତ୍କ ସହାୟତା ସହ ଋଣଛାଡ଼ କରିବାକୁ ଚାଷୀ କମଳାକାନ୍ତ ମଲ୍ଲିକ, ରଘୁନାଥ ଗିରି, କାର୍ତ୍ତିକ ଜେନା, ଅନନ୍ତ ଜେନା, ବିଜୟ ଜେନା, ମନୋଜ ମଲ୍ଲିକ, ଶିବପ୍ରସାଦ ମାଳିକ, ନିତ୍ୟାନନ୍ଦ ଜେନା, ଅମୁଲ୍ୟ ମଣ୍ଡଳ, ସୁଦର୍ଶନ ବେହେରା, ଅମୂଲ୍ୟ ରଣା, ଚକ୍ରଧର ପଣ୍ଡା, ମୃତ୍ୟୁଞ୍ଜୟ ପାଢୀ, ସାଦୁ ବାଗ୍‌ ସିଂ, ଘୁଣ୍ଟୁରା ବାଗ୍‌ ସିଂ, ଶ୍ରୀଧର ଦଳାଇ, ଭଗିରଥ ପାତ୍ର, ନିରଞ୍ଜନ ବେହେରା, ପଦୁ ମଲିକ, ରମାନାଥ ମଲିକ, ସରକାର ଦଳାଇ, ସୁତୁରା ବେହେରା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri